ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ରାଜ୍ୟରେ ଟ୍ରଫ୍‌ଲାଇନ ପ୍ରଭାବ: ଆଜି ୮ ଜିଲ୍ଲାରେ ବର୍ଷା ସମ୍ଭାବନା, ୩ ଜିଲ୍ଲାରେ ଘଡ଼ଘଡ଼ି ସହ ପବନ ନେଇ ୟେଲୋ ୱାର୍ଣ୍ଣିଂ

Published By : Prameya | February 24, 2025 7:28 AM

ଭୁବନେଶ୍ୱର,୨୪/୦୨: ନିମ୍ନ ଚାପରେଖା (ଟ୍ରଫ୍‌ଲାଇନ) ପ୍ରଭାବରେ  ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି । ସୋମବାର ରାଜ୍ୟର ୮ଟି ଜିଲ୍ଲାରେ  ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଜିଲ୍ଲାରେ  ଘଡ଼ଘଡ଼ି ସହ ପବନ ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  

ମଙ୍ଗଳବାରଠାରୁ ରାଜ୍ୟରେ ପାଗ ଶୁଖିଲା ରହିବ । ସୋମବାର ମୟୂରଭଞ୍ଜ,  କେନ୍ଦୁଝର, ବାଲେଶ୍ୱର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଗଜପତି ଓ ଗଞ୍ଜାମ  ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ଅଛି । ବାକି ସ୍ଥାନରେ  ପାଗ ଶୁଖିଲା ରହିବ । ମଙ୍ଗଳବାରଠାରୁ ରାଜ୍ୟରେ ପାଗ ଫିଟିବ । ବର୍ତ୍ତମାନ ରାତି  ତାପମାତ୍ରା ଅଧିକ ରହୁଥିବାବେଳେ ଏବେ ବିଶେଷ କିଛି ପରିବର୍ତ୍ତନ ସମ୍ଭାବନା ନାହିଁ । 

ଅପରପକ୍ଷରେ ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ  ଚନ୍ଦ୍ର ସାହୁଙ୍କ ଆକଳନ ହେଲା, ଏବେ ଦିନ ତାପମାତ୍ରା ବିଶେଷ ବଢ଼ିବନି । ଆସନ୍ତା  ୨୭/୨୮ ତାରିଖ ବେଳକୁ ଦିନ ତାପମାତ୍ରା ସାମାନ୍ୟ ବଢ଼ିପାରେ । ମାର୍ଚ୍ଚ ୧ରୁ ତାତି  ବଢ଼ିପାରେ । ୧ ତାରିଖ ବେଳକୁ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜାଗାରେ ତାପମାତ୍ରା ୩୭ କିମ୍ବା ୩୮ ଡିଗ୍ରୀ  ସେଲସିୟସ୍‌ ଛୁଇଁପାରେ । ଭୁବନେଶ୍ୱର ତାପମାତ୍ରା ମଧ୍ୟ  ୩୭ ଡିଗ୍ରୀ ପହଞ୍ଚିପାରେ । 

ରବିବାର ପାରଳାଖେମୁଣ୍ଡି ତାପମାତ୍ରା ୩୬ ଡିଗ୍ରୀ  ସେଲସିୟସ୍‌ ଥିବାବେଳେ ମାଲକାନଗିରି ୩୫.୬,  ବଲାଙ୍ଗୀର ୩୫, ସମ୍ବଲପୁର ୩୪.୪, ଝାରସୁଗୁଡ଼ାରେ ୩୪  ଡିଗ୍ରୀ ଥିଲା । ଭୁବନେଶ୍ୱର ତାପମାତ୍ରା ୩୩.୩ ଡିଗ୍ରୀ ଥିଲା ।  ଆଜି ଦିନ ଭିତରେ ଭଦ୍ରକ, ଚାନ୍ଦବାଲି ଓ ବାଲେଶ୍ୱରରେ  କିଛି କିଛି ବର୍ଷା ହୋଇଥିବା ରେକର୍ଡ ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.