ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଶୀତରେ ଲାଗିବ ସାମୟିକ ବିରତି: ଆଜିଠୁ କମିବ ଥଣ୍ଡା, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା

Published By : Prameya | January 12, 2025 7:37 AM

ଭୁବନେଶ୍ୱର,୧୨/୦୧: ରାଜ୍ୟରେ ଜାରି ରହିଥିବା ଶୀତ ପ୍ରକୋପରେ ସାମୟିକ ବିରତି ଲାଗିବ । ଆସନ୍ତା ୩ ଦିନ ଭିତରେ ବର୍ତ୍ତମାନ ତୁଳନାରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ବଢ଼ିବା ସମ୍ଭାବନା ଅଛି । ହେଲେ ମକର ସଂକ୍ରାନ୍ତି ପରେ ପୁଣି ରାତି ତାପମାତ୍ରା କମିବା ସହ ଶୀତ ବଢ଼ିପାରେ ।  

ପାଣିପାଗ ବିଭାଗ ସୂଚନା ଅନୁସାରେ, ରବିବାରଠାରୁ ଶୀତ କମିବା ସହ  ରାଜ୍ୟରେ କୁହୁଡ଼ି ପ୍ରକୋପ ବଢ଼ିବ । ସୋମବାର ରାତି ଓ ମଙ୍ଗଳବାର ସକାଳେ  କୋରାପୁଟ, କନ୍ଧମାଳ, କଟକ, ଖୋର୍ଦ୍ଧା, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ,  ନୟାଗଡ଼, ସୁନ୍ଦରଗଡ଼ରେ ଘନ କୁହୁଡ଼ି ଘେରିବା ଆଶଙ୍କା ଅଛି । ସେହିପରି ପୁରୀ,  ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି, ଯାଜପୁର, ଭଦ୍ରକ, ଗଞ୍ଜାମ, ଗଜପତି,  ଜଗତସିଂହପୁର, କେନ୍ଦ୍ରାପଡ଼ାରେ ମଧ୍ୟମ ଧରଣର କୁହୁଡ଼ି ରହିପାରେ । ମଙ୍ଗଳବାର  ରାତି ଓ ବୁଧବାର ସକାଳେ ବି କୁହୁଡ଼ି ଆଶଙ୍କା ଅଛି ।  

ଗତ ୨୪ ଘଣ୍ଟାରେ ସର୍ବନିମ୍ନ ତାପମାତ୍ରା ଜି.ଉଦୟଗିରିରେ ୪.୮, ଫୁଲବାଣୀରେ  ୬.୫ ଡିଗ୍ରୀ ସେଲସିୟସ୍‌ ଥିବା ବେଳେ ଦାରିଙ୍ଗିବାଡ଼ି ୮.୫, ରାଉରକେଲା ୮.୫,  କେନ୍ଦୁଝର ୯.୪, ଝାରସୁଗୁଡ଼ା ୯.୬, ଅନୁଗୁଳ ୧୦, ସୁନ୍ଦରଗଡ଼ ୧୦.୨, ତାଳଚେର  ୧୦.୮, ଭବାନୀପାଟଣା ୧୧, ନବରଙ୍ଗପୁର ୧୨ ଡିଗ୍ରୀ ଥିଲା । ଉପକୂଳ ଓଡ଼ିଶାର  ବାଲେଶ୍ୱରରେ ୧୨.୩, କଟକରେ ୧୨.୫, ଭୁବନେଶ୍ୱର ୧୨.୩, ଜଗତସିଂହପୁର ୧୩  ଡିଗ୍ରୀ ଥିଲା । ଅନୁମାନ କରାଯାଉଛି, ୧୪ ତାରିଖ ବେଳକୁ ଫୁଲବାଣୀ ତାପମାତ୍ରା ୯,  ରାଉରକେଲା ୧୧, ଭୁବନେଶ୍ୱର ତାପମାତ୍ରା ୧୫ ଡିଗ୍ରୀ ଥିବ । ଆସନ୍ତା ୨-୩ ଦିନ ଭିତରେ  ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିବ । ପରବର୍ତ୍ତୀ ୨ଦିନରେ ୨ରୁ ୩ ଡିଗ୍ରୀ କମିପାରେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.