ପ୍ରମୂଖ ଖବର
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପ୍ରାର୍ଥୀବ ଶରୀରର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • କଟକ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରେଭେନ୍ସା ବିଶ୍ୱବିଦ୍ୟାଳୟ ୧୩ ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ
  • ||
  • ମଙ୍ଗଳବାରଠୁ ଆଧାର ଓଟିପିରୁ ବୁକ୍‌ ହେବ ତତ୍କାଳ ଟିକଟ, ପ୍ରଥମ ୩୦ ମିନିଟ୍‌ ଏଜେଣ୍ଟ କରିପାରିବେନି ବୁକିଂ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ

Published By : Prameya | July 15, 2025 7:42 AM

ଭୁବନେଶ୍ୱର,୧୫/୦୭: ଦକ୍ଷିଣ ପୂର୍ବ  ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ  ଉପକୂଳରେ ସୃଷ୍ଟି ହୋଇଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ   ଅବପାତ ରୂପ ନେଇଛି । ଆସନ୍ତା ୨୪ ଘଣ୍ଟାରେ  ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର  ହେବ । ଆସନ୍ତା ଦୁଇ ଦିନ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ  ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।  

ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି,  ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼,  ସମ୍ବଲପୁର ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତିପ୍ରବଳ  ବର୍ଷା ହୋଇପାରେ । ଏହି ୫ ଜିଲ୍ଲାକୁ ଅରେଞ୍ଜ  ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ,  ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼,  ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର  ଓ ନୂଆପଡ଼ାରେ ଭାରି ବର୍ଷା ହୋଇପାରେ ।  କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁରରେ  ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । 

ସମ୍ଭାବ୍ୟ  ବଡ଼ ବର୍ଷା ଆଗକୁ ବନ୍ୟା ସ୍ଥିତି ଆଣିପାରେ ବୋଲି  ବିଶେଷଜ୍ଞ ଆଶଙ୍କା କରୁଛନ୍ତି । ତେଣୁ ସମ୍ଭାବ୍ୟ  ସ୍ଥିତି ମୁକାବିଲା ପାଇଁ ରାଜ୍ୟ ସରକାର ବି ପ୍ରସ୍ତୁତି  ଆରମ୍ଭ କରି ଦେଇଛନ୍ତି । ରାଜୀବ ଭବନ ସ୍ଥିତ  ରାଜ୍ୟ ଜରୁରୀକାଳୀନ ସମ୍ମିଳନୀ କକ୍ଷରେ ଭଦ୍ରକ,  ବାଲେଶ୍ୱର, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ଼  ଜିଲ୍ଲାପାଳମାନଙ୍କ ସହିତ ଆଭାସି ବୈଠକ କରିଛନ୍ତି  ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ  ପୂଜାରୀ । ସ୍ଥିତି ମୁକାବିଲା ପାଇଁ ପୂର୍ବ ପ୍ରସ୍ତୁତି  ରଖିବା ସହିତ ୨୪ ଘଣ୍ଟା ସତର୍କ ରହିବାକୁ ଜିଲ୍ଲା  ପ୍ରଶାସନକୁ ଶ୍ରୀ ପୂଜାରୀ ନିର୍ଦ୍ଦେଶ ଦେଇଛନ୍ତି।  

ପାଣିପାଗ ବିଭାଗର ପୂର୍ବାନୁମାନ ହେଲା,  ଆସନ୍ତା ୧୬ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର,  ଝାରସୁଗୁଡ଼ା ଓ ସମ୍ବଲପୁରରେ ଅଧିକ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର,  କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ବରଗଡ଼,  ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଓ ମୟୂରଭଞ୍ଜରେ  ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧୭ ତାରିଖରେ  ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ  ଅଧିକ ବର୍ଷା ସମ୍ଭାବନା ଅଛି । ଆଭ୍ୟନ୍ତରୀଣ  ଓଡ଼ିଶାର ବିଭିନ୍ନ ସ୍ଥାନରେ ମଧ୍ୟ ଅଧିକ ବର୍ଷା  ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ  କରିଛି । 

ସୋମବାର ସକାଳରୁ ସନ୍ଧ୍ୟା ଭିତରେ  ରାଉରକେଲାରେ ୨୦.୯ମିମି, ଭବାନୀପାଟଣାରେ  ୨୦.୮, ତାଳଚେରରେ ୧୬.୪, ସୁନ୍ଦରଗଡ଼ରେ ୧୩.୮, ମାଲକାନଗିରିରେ ୧୨.୬, ଢେଙ୍କାନାଳରେ  ୧୨.୪, ଅନୁଗୁଳରେ ୧୧, ବାରିପଦାରେ ୧୦.୨  ଓ ଚାନ୍ଦବାଲିରେ ୫.୪ମିମି ବର୍ଷା ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.