ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ଆସନ୍ତା ୨୪ରେ ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ମତ୍ସ୍ୟଜୀବୀଙ୍କ ପାଇଁ ସତର୍କତା ଜାରି କଲେ ଏସ୍‌ଆରସି

ଭୁବନେଶ୍ୱର,୨୨/୦୮: ଆସନ୍ତା ୨୪ ତାରିଖରେ ରାଜ୍ୟରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ବାଲେଶ୍ୱର,ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଉପରେ ଏହି ଘୂର୍ଣ୍ଣିବଳୟ ରହିବ । ଏହା ପ୍ରଭାବରେ ୨୩ରୁ ଉତ୍ତର ଓଡ଼ିଶାରେ ବର୍ଷା ହେବ । ଦିନବେଳା ଖରା ହେଉଥିବାରୁ ଅପରାହ୍ନରେ ଘଡ଼ଘଡ଼ି ହୋଇପାରେ ବୋଲି ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ପୂର୍ବାନୁମାନ କରିଛନ୍ତି ।

ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ୨୪ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପ୍ରଭାବରେ ଓଡ଼ିଶା  ଉପକୂଳରେ ୨୨ରୁ ୨୫ ତାରିଖ ଯାଏ ୩୫ରୁ ୪୫ କିମି ବେଗରେ ପବନ ବହିବ । ଏଥିପାଇଁ ମତ୍ସଜୀବୀମାନେ     ସମୁଦ୍ରକୁ ନ ଯିବାକୁ ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍‌ଆରସି) ସତର୍କତା ଜାରି କରିଛନ୍ତି ।

ଘୂର୍ଣ୍ଣିବଳୟ ପ୍ରଭାବରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁରରେ ବର୍ଷା ହେବ । ଏବେ ଦିନବେଳା ବାୟୁମଣ୍ଡଳରେ ଜଳୀୟବାଷ୍ପ ଅଧିକ ରହୁଛି । ଖରା ବି ହେଉଛି । ଏଥିପାଇଁ ଘଡ଼ଘଡ଼ିର ତୀବ୍ରତା ବଢ଼ିବ ବୋଲି ଡ. ସାହୁ ପୂର୍ବାନୁମାନ କରିଛନ୍ତି । ନୟାଗଡ଼ ଜିଲ୍ଲାରେ ଆଜି ୩୯ମିମି ବର୍ଷା ହୋଇଛି । ଭଦ୍ରକରେ ୩୪, ବାଲେଶ୍ୱରରେ ୨୫.୬ ଓ ବାରିପଦାରେ ୧୭ମିମି ବର୍ଷା ହୋଇଛି ।

  • PrameyaOdia
  • prameya
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.