ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବାତ୍ୟା ହେବନି..ଅବପାତ ହୋଇ ମିଆଁମାର ଯିବ: ଜିଏଫଏସ୍‌

ଭୁବନେଶ୍ୱର,୨୧/୦୫: ବଙ୍ଗୋପସାଗରରେ ହେବାକୁ ଥିବା ଲଘୁଚାପ ବାତ୍ୟା ରୂପ ନେବ ବୋଲି ଏକାଧିକ ପାଣିପାଗ ମଡେଲ ପୂର୍ବାନୁମାନ କରିଥିଲେ । କିନ୍ତୁ ବାତ୍ୟା ଆଶଙ୍କା ଟଳିଯିବ ବୋଲି ସାନି ପୂର୍ବାନୁମାନ କଲେଣି । ବାତ୍ୟା ହେବନି, ବରଂ ଅବପାତ ହୋଇ ମିଆଁମାର ଆଡ଼କୁ ଯିବ । ଜିଏଫଏସ୍‌ ମଡେଲ ଏଭଳି ଚିତ୍ର ଆଙ୍କିଛି । ଓଡ଼ିଶା ଉପରେ ଏହାର କୌଣସି ପ୍ରଭାବ ପଡ଼ିବନି ଓ ବର୍ଷା ସମ୍ଭାବନା ନାହିଁ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି ।

ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପୂର୍ବାନୁମାନ ଅନୁସାରେ, ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ୨୨ ତାରିଖରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ପ୍ରଥମେ ଏହା ଉତ୍ତର-ପୂର୍ବ ଦିଗରେ ଅଗ୍ରସର ହେବ । ୨୪ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ଏବେ ପାଇଁ ଏତିକି ସୂଚନା ଦେଇଛି ବିଭାଗ । ତେବେ ଏହି ଲଘୁଚାପ ଘନୀଭୂତ ହୋଇ ଅବପାତ ଓ ପରେ ତୀବ୍ର ଅବପାତ ରୂପ ନେବ ବୋଲି ପାଣିପାଗ ବିଶେଷଜ୍ଞ ଡ. ଶରତ ସାହୁ କହିଛନ୍ତି । କିନ୍ତୁ ଏହା କେଉଁ  ଦିଗରେ ଅଗ୍ରସର ହେବ ସେ ନେଇ ଏବେଠାରୁ ସ୍ପଷ୍ଟ ଆକଳନ କରିହେବନି । ଦୁଇ ଦିନ ପରେ ଚିତ୍ର ସ୍ପଷ୍ଟ ହେବ ବୋଲି ସେ କହିଛନ୍ତି ।

ଇସିଏମଡବ୍ଲୁଏଫ୍‌ ମଡେଲ ଆକଳନ ଅନୁସାରେ, ବଙ୍ଗୋପସାଗରରେ ହେବାକୁ ଥିବା ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେବ । ଏହା ପଶ୍ଚିମବଙ୍ଗ ଆଡ଼କୁ ମୁହାଇଁପାରେ । ପଶ୍ଚିମବଙ୍ଗ ଆଡ଼କୁ ଗଲେ ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା ହେବ । 

ସେପଟେ ରାଜ୍ୟରେ ତାତି ବଢ଼ିଛି । ୨୧ ତାରିଖରେ ନୂଆପଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ବରଗଡ଼, ବୌଦ୍ଧ ଓ ବଲାଙ୍ଗୀରରେ ଗ୍ରୀଷ୍ମପ୍ରବାହ ବହିବ ।  ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ ଓ ଢେଙ୍କାନାଳରେ ବର୍ଷା ହୋଇପାରେ । ୨୨ରେ ନୂଆପଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ବରଗଡ଼, ବୌଦ୍ଧ ଓ ବଲାଙ୍ଗୀରରେ ଗ୍ରୀଷ୍ମପ୍ରବାହ ସ୍ଥିତି ରହିବ । ଦକ୍ଷିଣ ଓଡ଼ିଶା ଓ ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ । ୨୩ରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ନୂଆପଡ଼ାରେ ଗ୍ରୀଷ୍ମପ୍ରବାହ ବହିପାରେ । ଉତ୍ତର ଓଡ଼ିଶା, ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି ।

୨୪ ଓ ୨୫ରେ ଅଧିକ ବର୍ଷା ସମ୍ଭାବନା ଅଛି । ୨୪ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ଅଛି । ଏଠାରେ ୪୦ରୁ ୫୦କିମି ବେଗରେ ପବନ ବି ବହିପାରେ । ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଓ କଟକରେ ଭାରୀ ବର୍ଷା ହେବ । ୨୫ରେ ତୃତୀୟ ପର୍ଯ୍ୟାୟ ଭୋଟ୍‌  ହେବ । ଏହିଦିନ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଜଗତ୍‌ସିଂହପୁର, କଟକ, ଯାଜପୁର ଓ କେନ୍ଦୁଝରରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

ସୋମବାର ଝାରସୁଗୁଡ଼ାରେ ଦିନ ତାପମାତ୍ରା ସର୍ବାଧିକ ୪୨.୪ ଡିଗ୍ରୀ ରେକର୍ଡ ହୋଇଛି । ସମ୍ବଲପୁରରେ ୪୨, ସୁନ୍ଦରଗଡ଼ରେ ୪୧.୭, ହୀରାକୁଦରେ ୪୧.୬, ବଲାଙ୍ଗୀରରେ ୪୧.୨, ବୌଦ୍ଧରେ ୪୧, ନୂଆପଡ଼ାରେ ୪୦.୪, ଭବାନୀପାଟଣାରେ ୪୦, କେନ୍ଦୁଝରରେ ୪୦ ଡିଗ୍ରୀ ରେକର୍ଡ ହୋଇଛି ।

  • PrameyaOdia
  • prameya
  • Weather
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.