ପ୍ରମୂଖ ଖବର
  • ମାଲକାନଗିରି: ଛତିଶଗଡ଼ ସୁକୁମା କୋଣ୍ଟା ଜିଲ୍ଲାରେ IED ବିସ୍ଫୋରଣ, ASP ଆକାଶ ରାଓ ଶହୀଦ
  • ||
  • ପୁରୀ: ରଥଯାତ୍ରା ପାଇଁ ପୁରୀକୁ ଗଡ଼ିବ ୧୦୦ ଆମ ବସ୍, ସୂଚନା ଦେଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର
  • ||
  • ମୁମ୍ବାଇରେ ଚଳନ୍ତା ଲୋକାଲ୍ ଟ୍ରେନ୍‌ରୁ ଖସିପଡ଼ି ଚାଲିଗଲା ୫ ଜୀବନ, ଅନେକ ଗୁରୁତର
  • ||
  • ସୁନ୍ଦରଗଡ଼ : ଶାଗ ତୋଳିବା ହେଲା କାଳ, ଗଛରୁ ପଡ଼ି ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ଼ : ଭାଇର ଲୁହା ଛଡ଼ ମାଡ଼ରେ ଭଉଣୀ ମୃତ, ଭାଉଜକୁ ବଞ୍ଚାଇବାକୁ ଯାଇ ଜୀବନ ଗଲା
  • ||
  • ୧୦ ଲକ୍ଷ ଲାଞ୍ଚ ନେଇ ବନ୍ଧା ହେଲେ ଆଇଏଏସ୍‌ ଅଫିସର, ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ମେଘାଳୟରୁ ନିଖୋଜ ଇନ୍ଦୋର ଦମ୍ପତି ମାମଲାରେ ଟ୍ୱିଷ୍ଟ, ପତ୍ନୀ ସୋନମ ୟୁପିରୁ ଗିରଫ
  • ||
  • ଢେଙ୍କାନାଳ : ବାଲି ମାଫିଆଙ୍କ ଉତ୍ପାତ : ରାତି ଅଧରେ କାର୍‌ ଉପରକୁ ବୋମା ମାଡ଼
  • ||
  • ଆମେରିକାର ଟେନେସିରେ ୨୦ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ ଦୁର୍ଘଟଣା, ଅନେକଙ୍କ ଅବସ୍ଥା ସଙ୍କଟାପନ୍ନ
  • ||
  • କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା, ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ବାପା-ପୁଅଙ୍କ ଜୀବନ
  • ||
  • ମହାକାଶରେ ପୁଣି ଉଡ଼ିବ ତ୍ରିରଙ୍ଗା; ମିଶନ୍ ଆକ୍ସିଓମ୍ -୪କୁ ସଫଳ କରିବେ ଶୁଭାଂଶୁ ଶୁକ୍ଳା
  • ||
  • ଭୁବନେଶ୍ଵର ଆସିଲେ ଆଉ ହଇରାଣ ହେବେନି, ପ୍ରତି ଜିଲ୍ଲା ପାଇଁ ବିଭିନ୍ନ ସ୍ଥାନରେ ଗେଷ୍ଟ ହାଉସ୍ ନିର୍ମାଣ କରିବେ ସରକାର
  • ||
  • କେନ୍ଦ୍ରାପଡ଼ା ଯିବେ ମୁଖ୍ୟମନ୍ତ୍ରୀ, ମାଉସୀ ମା' ମନ୍ଦିର ଠାରୁ ଶ୍ରୀବଳଦେବଜିଉ ମନ୍ଦିର ପର୍ଯ୍ୟନ୍ତ କରିବେ ତ୍ରିରଙ୍ଗା ଶୋଭାଯାତ୍ରା
  • ||
  • ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଦ୍ଵିତୀୟ ରଥଯାତ୍ରା ସମନ୍ଵୟ ବୈଠକ, ଆକ୍ସନ୍ ପ୍ଲାନ୍ ରିପୋର୍ଟ ଦାଖଲ କରିବେ ବିଭାଗୀୟ ଅଧିକାରୀ
  • ||
  • ଆମେରିକାର ଟେନେସି ଅଞ୍ଚଳରେ ବିମାନ ଦୁର୍ଘଟଣା, ୨୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ କ୍ରାସ୍, ୬ ଆହତ
  • ||
  • ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ, ତାତିରୁ ମିଳିବ ଆଶ୍ୱସ୍ତି, ଆସନ୍ତା ୪ ଦିନ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
  • ||

ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ; ତାତିରୁ ମିଳିବ ଆଶ୍ୱସ୍ତି, ଆସନ୍ତା ୪ ଦିନ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

Published By : Prameya | June 9, 2025 7:39 AM

ଭୁବନେଶ୍ୱର,୦୯/୦୮: ଦକ୍ଷିଣ ପୂର୍ବ ଓ ସଂଲଗ୍ନ କେନ୍ଦ୍ରୀୟ  ପୂର୍ବ ବଙ୍ଗୋପସାଗରରେ ରବିବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।  ଏହା ପ୍ରଭାବରେ ଆସନ୍ତା ୪ ଦିନ ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ବର୍ଷା ଯୋଗୁ  ତାତି କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।   

ସୋମବାର ଓ ମଙ୍ଗଳବାର (୯ ତାରିଖରେ) ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ତାତି ୪୨ରୁ ୪୩ ଡିଗ୍ରୀ ଛୁଇଁବ ବୋଲି ପାଣିପାଗ ବିଭାଗ ପୂର୍ବରୁ ଆକଳନ କରିଥିଲା । କିନ୍ତୁ ଘୂର୍ଣ୍ଣିବଳୟ  ପ୍ରଭାବ ଯୋଗୁ ତାତି କମିବ । ସୋମବାର କେବଳ ସମ୍ବଲପୁରକୁ  ଛାଡ଼ି ରାଜ୍ୟର ସବୁ ସ୍ଥାନରେ ତାତି ୪୦ ଡିଗ୍ରୀ ତଳେ  ରହିବ । ଉପକୂଳ ଓଡ଼ିଶାରେ ତାପମାତ୍ରା ୩୫ରୁ ୩୭ ଡିଗ୍ରୀ  ଭିତରେ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।   

ସୋମବାର ମାଲକାନଗିରି, କୋରାପୁଟ, ମୟୂରଭଞ୍ଜ ଓ  କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୩୦ରୁ  ୪୦ କିମି ବେଗରେ ପବନ ବି ବହିପାରେ । ଘୂର୍ଣ୍ଣିବଳୟ  ସତ୍ତେ୍ୱ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,  ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ  ଗଜପତିରେ ଗରମ ଓ ଗୁଳୁଗୁଳି ସ୍ଥିତି ରହିବ । 

ମଙ୍ଗଳବାର(୧୦  ତାରିଖ) ଉପକୂଳ ଓଡ଼ିଶାର ପାଗ ବଦଳିବ । ଉତ୍ତର ଓ  ଦକ୍ଷିଣ ଓଡ଼ିଶାରେ ବି ବର୍ଷା ହୋଇପାରେ । ବାଲେଶ୍ୱର,  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,  ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ,  ବୌଦ୍ଧ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି,  ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି  ସହ ବର୍ଷା ସମ୍ଭାବନା ଅଛି । ହାଲୁକା ପବନ ବି ବହିବ।   

୧୦ ତାରିଖରେ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ତାତି  ଖସିପାରେ । ବାକି ସୋନପୁର, ବୌଦ୍ଧ, ସମ୍ବଲପୁର, ଟିଟିଲାଗଡ଼  ଓ ବଲାଙ୍ଗୀରରେ ତାତି ୪୦ ଡିଗ୍ରୀ ଉପରେ ରହିବ ବୋଲି  କୁହାଯାଇଛି । ୧୧ ଓ ୧୨ ତାରିଖରେ ଦକ୍ଷିଣ ଓଡ଼ିଶା ଓ ଉପକୂଳ  ଓଡ଼ିଶାର ଅଧିକାଂଶ ସ୍ଥାନ ସମେତ ଆଉ କିଛି ସ୍ଥାନରେ ଘଡ଼ଘଡ଼ି  ସହ ବର୍ଷା ହୋଇପାରେ । 

ସୋମବାର ସମ୍ବଲପୁର ଓ ହୀରାକୁଦରେ  ତାପମାତ୍ରା ୪୦.୬ ଡିଗ୍ରୀ ଥିଲା। ଝାରସୁଗୁଡ଼ାରେ ୪୦,  ରାଉରକେଲାରେ ୩୮.୧, ଭୁବନେଶ୍ୱରରେ ୩୭.୮, କେନ୍ଦୁଝର  ଓ ଚାନ୍ଦବାଲିରେ ୩୭.୩ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.