ପ୍ରମୂଖ ଖବର
  • ସାଲେପୁର : ବିଦ୍ୟାଳୟରେ ପାଠ ପଢାଇଲେ ଜିଲ୍ଲାପାଳ, ବୁଲି ଦେଖିଲେ ବିଜ୍ଞାନ ଲାବୋରେଟୋରୀ
  • ||
  • ଛତ୍ରପୁର : କାରାଗାରରେ ବିଚରାଧୀନ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ
  • ||
  • ଆଠଗଡ : ଗଣେଶ ଭସାଣରେ ଛୁରା ମାଡ; ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ଵର : ବଡ଼ବଡ଼ିଆଙ୍କ କବଜାରେ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଆଇସିୟୁ, ସାଧାରଣ ଏବଂ ଗରିବ ରୋଗୀଙ୍କ ପାଇଁ କବାଟ ବନ୍ଦ
  • ||
  • ଭଞ୍ଜନଗର : ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍‌, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • କୋଣାର୍କ : ମାନସିକ ବିକୃତ ଥିବା ବୃଦ୍ଧଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ
  • ||
  • ମାଲକାନଗିରିରେ ସୁଧୁରୁଛି ବନ୍ୟାସ୍ଥିତି, ସମୀକ୍ଷା କଲେ ଦୁଇ ବରିଷ୍ଠ ଅଧିକାରୀ
  • ||

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଦୁଇ ଦିନ ବର୍ଷିବ

ଭୁବନେଶ୍ୱର,୧୯/୦୮: ରାଜ୍ୟର ୫ ଜିଲ୍ଲାରେ ଆଜି ପ୍ରବଳ  ବର୍ଷା ହୋଇପାରେ । କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା  ଓ ସମ୍ବଲପୁରର ବିଭିନ୍ନ ସ୍ଥାନରେ ୭୦ରୁ ୧୧୦ମିମି ଯାଏ ବର୍ଷା ସମ୍ଭାବନା  ଅଛି । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି । 

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ବାଂଲାଦେଶର ଦକ୍ଷିଣ ଓ ପାଶ୍ୱର୍ବର୍ତ୍ତୀ  ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି । ୧୯ ତାରିଖ ସୁଦ୍ଧା ଏହା ସ୍ପଷ୍ଟ ଚିହ୍ନିତ  ଲଘୁଚାପ(ୱେଲ ମାର୍କଡ୍‌)ରେ ପରିଣତ ହୋଇପାରେ ବୋଲି ଆକଳନ କରାଯାଇଛି । ସେହିଭଳି ୨୦ ତାରିଖରେ ସୁନ୍ଦରଗଡ଼, ଦେବଗଡ଼,  ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ । ରବିବାର ଭଦ୍ରକ ଓ ଯାଜପୁରରେ ୩୦ ମିମି ବର୍ଷା ହୋଇଛି।

  • PrameyaOdia
  • prameya
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.