ପ୍ରମୂଖ ଖବର
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

ରାଜ୍ୟରେ ପୁଣି ତାତି ଲେଉଟିବ: ୪ରୁ ୫ ଡିଗ୍ରୀ ବଢ଼ିବ ତାପମାତ୍ରା, ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ପାରଦ ୪୪ ଡେଇଁବ

ଭୁବନେଶ୍ୱର,୧୭/୦୫: ରାଜ୍ୟରେ ପୁଣି ତାତି ଲେଉଟିବ । ୪ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ତାତି ବଢ଼ିବ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ତାତି ଅନୁଭୁତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବର୍ତ୍ତମାନ ଦକ୍ଷିଣ ଗୋଲାର୍ଦ୍ଧ ବିଷୁବରେଖା ଅତିକ୍ରମ କରୁଥିବା ପବନ ଆରବ ସାଗରକୁ ଆସୁଛି । ତାହା ଆସିବା ପରେ ବଙ୍ଗୋପସାଗରରେ ପହଞ୍ଚୁଛି । ଫଳରେ ଆସନ୍ତା ୩ରୁ ୪ଦିନ ତାପମାତ୍ରା କ୍ରମଶ ବଢିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ଏହାର ପ୍ରଭାବ ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାରେ ସିଧାସଳଖ ପଡିବ । ୧୮ ତାରିଖରେ ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ନୂଆପଡ଼ା ଆଦି ସ୍ଥାନରେ ଗ୍ରୀଷ୍ମପ୍ରବାହ ରହିପାରେ । ୧୯ ତାରିଖଠାରୁ ସାରା ରାଜ୍ୟରେ ତାପମାତ୍ରା ବଢ଼ିବ ।  ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ରେ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି । ଏହିସବୁ ସ୍ଥାନରେ ତାପମାତ୍ରା ୪୩ ଡିଗ୍ରୀରୁ ଅଧିକ ରହିବ । କଟକ-ଭୁବନେଶ୍ୱରରେ ତାପମାତ୍ରା ୪୦ ଡିଗ୍ରୀ ଭିତରେ ରହିବ ଓ କାଳବୈଶାଖୀର ସମ୍ଭାବନା ରହିଛି ।

  • PrameyaOdia
  • prameya
  • Heat Wave
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.