ପ୍ରମୂଖ ଖବର
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା,୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ

Published By : Prameya | June 16, 2025 7:29 AM

ଭୁବନେଶ୍ୱର,୧୬/୦୬: ସୋମବାର ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ  ବର୍ଷା ହୋଇପାରେ । ଏଥିପାଇଁ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼,  ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ମଙ୍ଗଳବାର  ମଧ୍ୟ ଏହି ସବୁ ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ ବିଭାଗ । 

ଏବେ ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ  ରହିଛି । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର  ପାଇଁ ପାଗ ଅନୁକୁଳ ରହିଛି । ତେବେ ୧୮ ଦିନ ଧରି ମୌସୁମୀ ଅଟକି ରହିଥିବା  ବେଳେ ଆଗାମୀ ୨୪ ଘଣ୍ଟାରେ ଏହା ପୁଣି ସକ୍ରିୟ ହେବ ବୋଲି ପାଣିପାଗ  ବିଶେଷଜ୍ଞ ଆକଳନ କରିଛନ୍ତି । 

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ,  ସୋମବାର ସମ୍ବଲପୁର, ଦେବଗଡ଼, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ,  ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗିରରେ ଅଧିକ  ବର୍ଷା ହୋଇପାରେ । ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ,  ଢେଙ୍କାନାଳ, ଦେବଗଡ଼ ଓ ସମ୍ବଲପୁରରେ ଅଧିକ ବର୍ଷା ସମ୍ଭାବନା ଅଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.