ଭୁବନେଶ୍ୱର,୧୫/୦୨: ଆସନ୍ତା  ୧୯ ଓ ୨୦ ତାରିଖରେ ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ଉତ୍ତର ଉପକୂଳ ଓଡ଼ିଶା ଓ ମୟୂରଭଞ୍ଜରେ ହାଲୁକାରୁ  ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୦ରେ ଉତ୍ତର ଉପକୂଳ ଓଡ଼ିଶା  ଓ ମୟୂରଭଞ୍ଜ ସମେତ କେନ୍ଦୁଝର  ଏବଂ ଢେଙ୍କାନାଳରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ଆସନ୍ତା ତିନି ଦିନ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିଯିବ ବୋଲି ଆକଳନ କରାଯାଇଛି । ସେହିଭଳି ୨ ଦିନ ପରେ ରାତି ତାପମାତ୍ରା  ମଧ୍ୟ ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି  ଭାରତୀୟ ପାଣିପାଗ ବିଭାଗ  ପୂର୍ବାନୁମାନ ରହିଛି । 

ଶୁକ୍ରବାର  ଅନୁଗୁଳରେ ଦିନ ତାପମାତ୍ରା ସର୍ବାଧିକ ୩୪.୭ ଡିଗ୍ରୀ ରେକର୍ଡ  ହୋଇଥିଲା । ଖୋର୍ଦ୍ଧାରେ ୩୪.୫  ଡିଗ୍ରୀ,ଝାରସୁଗୁଡ଼ାରେ ୩୪.୨,  ବୌଦ୍ଧରେ ୩୩.୫, ଭବାନୀପାଟଣା ଓ ନୟାଗଡ଼ରେ ୩୩ ଡିଗ୍ରୀ ରେକର୍ଡ  ହୋଇଥିଲା । ରାଉରକେଲାରେ ରାତି  ତାପମାତ୍ରା ସବୁଠୁ କମ୍‌ ବା ୯.୮ ଡିଗ୍ରୀ  ରେକର୍ଡ ହୋଇଥିଲା । ଝାରସୁଗୁଡ଼ାରେ  ୧୦.୨, ଫୁଲବାଣୀରେ ୧୨.୫,  ସୁନ୍ଦରଗଡ଼ରେ ୧୨.୬, କେନ୍ଦୁଝରରେ  ୧୩.୮ ଡିଗ୍ରୀ ରହିଥିଲା ।