ପ୍ରମୂଖ ଖବର
  • ଖୁବ୍‌ଶୀଘ୍ର ନିଲାମ ହେବ ରାଜ୍ୟର ୨୨ ଖଣି, ସୂଚନା ଦେଲେ ଖଣି ମନ୍ତ୍ରୀ ବିଭୂତି ଜେନା
  • ||
  • ଆଠଗଡ଼: ଯୁବତୀଙ୍କ ଅନ୍ତରଙ୍ଗ ଭିଡିଓ ଭାଇରାଲ୍‌ ଅଭିଯୋଗ, ଯୁବକ ଗିରଫ
  • ||
  • ଭୁବନେଶ୍ବର: ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ସଂଗଠନ ସ୍ଥିତିି ନେଇ ହୋଇପାରେ ଆଲୋଚନା
  • ||
  • ବଳଙ୍ଗାରେ ନାବାଳିକାଙ୍କୁ ଜାଳିଦେବା ମାମଲା, ପୀଡ଼ିତାଙ୍କ ବୟାନ ରେକର୍ଡ ପାଇଁ ଦିଲ୍ଲୀ ଯିବେ କ୍ରାଇମବ୍ରାଞ୍ଚ ଓ ପୁଲିସ ଟିମ୍
  • ||
  • ଭୁବନେଶ୍ବର: ସହିଦ ନଗରରେ ରହୁଥିବା IT ଅଫିସରଙ୍କ ଘରୁ ଲୁଟ୍, ଲକ୍ଷାଧିକ ଟଙ୍କା ଓ ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ମାଞ୍ଚେଷ୍ଟର ଟେଷ୍ଟରେ ବଦଳିବ ଟିମ୍ ଇଣ୍ଡିଆ ଚୂଡ଼ାନ୍ତ ଏକାଦଶ; କୁଲଦୀପ, କାମ୍ବୋଜ, ସର୍ଦୁଲ ପ୍ରତିଦ୍ୱନ୍ଦ୍ୱିତା
  • ||
  • ଢ଼େଙ୍କାନାଳ: ଗୋରୁ ବୋଝେଇ କଣ୍ଟେନର ଜବତ : ୧୮ ଗୋରୁ ଉଦ୍ଧାର, ଡ୍ରାଇଭର୍ ଫେରାର
  • ||
  • ମାଲକାନଗିରିରେ ପ୍ରବଳ ବର୍ଷା; ଯୋଡ଼ାମ୍ବ ସ୍ୱାସ୍ଥ୍ୟକେନ୍ଦ୍ରରେ ୩ ଫୁଟରେ ପାଣି, ରୋଗୀ ଓ କର୍ମଚାରୀ ହନ୍ତସନ୍ତ
  • ||
  • ଭାରତରେ ୭୦,୦୦୦ କୋଟି ନିବେଶ କରିବ ନୟାରା ଏନର୍ଜି: ଇୟୁର କଟକଣାକୁ ବେଆଇନ ଦର୍ଶାଇଲା କମ୍ପାନି
  • ||
  • ପୁରୀ: ସମଙ୍ଗ ପାର୍କିଂରେ ରୋମିଓଙ୍କ ଉତ୍ପାତ: ଧରାପଡ଼ିଲେ ୨, ଖସିଗଲେ ୪
  • ||
  • ନୂଆଦିଲ୍ଲୀ : ଆଜି ବସିବ କେନ୍ଦ୍ର କ୍ୟାବିନେଟ୍ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ୨୩ରୁ ପ୍ରବଳ ବର୍ଷା, ୨୪ରେ ଲଘୁଚାପ; ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ଆଲର୍ଟ
  • ||

୨୩ରୁ ପ୍ରବଳ ବର୍ଷା, ୨୪ରେ ଲଘୁଚାପ; ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ଆଲର୍ଟ

Published By : Prameya | July 22, 2025 7:35 AM

ଭୁବନେଶ୍ୱର,୨୨/୦୭: ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ।  ୨୪ ତାରିଖ ବେଳକୁ ଉତ୍ତର  ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି  ସମ୍ଭାବନା ଅଛି । ଏହା ପ୍ରଭାବରେ  ଅନେକ ସ୍ଥାନରେ ପ୍ରବଳରୁ  ଅତିପ୍ରବଳ ବର୍ଷା ହେବ ବୋଲି  ଭାରତୀୟ ପାଣିପାଗ ବିଭାଗ  (ଆଇଏମ୍‌ଡି) ପୂର୍ବାନୁମାନ କରିଛି । 

୨୩ରୁ ୨୬ ତାରିଖ ଯାଏ  ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ  ବର୍ଷା ସମ୍ଭାବନା ଅଛି । ୨୩ରେ  କଟକ ଓ ନୟାଗଡ଼ରେ ପ୍ରବଳରୁ  ଅତିପ୍ରବଳ ବର୍ଷା ହୋଇପାରେ ।  ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ  ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦ୍ରାପଡ଼ା,  ଜଗତସିଂହପୁର, ଯାଜପୁର,  ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ,  ଗଞ୍ଜାମ, ଭଦ୍ରକ, ବାଲେଶ୍ୱର,  ମୟୂରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା ଓ  ବୌଦ୍ଧରେ ପ୍ରବଳ ବର୍ଷା ହୋଇପାରେ ।  ୨୪ ତାରିଖରେ ମୟୂରଭଞ୍ଜ,  କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳରୁ  ଅତିପ୍ରବଳ ବର୍ଷା ହୋଇପାରେ ।  ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର,  ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼,  ବରଗଡ଼, ଅନୁଗୁଳ ଓ ଢେଙ୍କାନାଳରେ  ପ୍ରବଳ ବର୍ଷା ଆଶଙ୍କା ଅଛି ।  

୨୫ ତାରିଖରେ ଝାରସୁଗୁଡ଼ା,  ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର ଓ  କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ  ବର୍ଷା ହୋଇପାରେ । ମୟୂରଭଞ୍ଜ, ସୋନପୁର, ବୌଦ୍ଧ,  ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ଦେବଗଡ଼,  ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା,  ଜଗତସିଂହପୁର, କଟକ ଓ ଯାଜପୁରରେ ପ୍ରବଳ  ବର୍ଷା ହୋଇପାରେ । ୨୬ ତାରିଖରେ ମଧ୍ୟ କିଛି  ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି ।  

ସୋମବାର କଟକରେ ୧୫.୨ ମିମି ବର୍ଷା ହୋଇଛି ।  ଭୁବନେଶ୍ୱରରେ ୯.୫ ଓ ମାଲକାନଗିରିରେ ୩.୨,  ଭଦ୍ରକରେ ୩ମିମି ବର୍ଷା ରେକର୍ଡ ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.