ଭୁବନେଶ୍ୱର,୨୧/୦୭: ପଶ୍ଚିମ କେନ୍ଦ୍ରୀୟ  ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରର  ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି  ହୋଇଛି । ୨୪ ତାରିଖ ବେଳକୁ ଏହା ଲଘୁଚାପ  ରୂପ ନେଇପାରେ । ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ  ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି । ସୋମବାର  କୋରାପୁଟ, ମାଲକାନଗିରି, ନବରଙ୍ଗପୁର,  କଳାହାଣ୍ଡି ଓ ନୂଆପଡ଼ାରେ ଅଧିକ ବର୍ଷା ହୋଇପାରେ  ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

୨୧ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା,  ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ,  ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର,  ବୌଦ୍ଧ, ବଲାଙ୍ଗିର, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ  ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୨୨ ତାରିଖରେ  କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି  ଓ ନୂଆପଡ଼ାରେ ଅଧିକ ବର୍ଷା ହୋଇପାରେ ।  ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର,  ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର,  ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ  ଓ ରାୟଗଡ଼ା ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା  ଅଛି । 

୨୩ ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରରେ  ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ଦୁଇ  ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ବାଲେଶ୍ୱର,  ଭଦ୍ରକ, ଯାଜପୁର, କଳାହାଣ୍ଡି, କନ୍ଧମାଳ,  ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ  ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ ।  ୨୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ  ବାଲେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଅନ୍ୟ  କିଛି ସ୍ଥାନରେ ଭାରି ବର୍ଷା ହୋଇପାରେ । ୨୫ ଓ ୨୬  ତାରିଖରେ ମଧ୍ୟ ଭିନ୍ନ ଭିନ୍ନ ସ୍ଥାନରେ ପ୍ରବଳ ବର୍ଷା  ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।