ପ୍ରମୂଖ ଖବର
  • ଭୁବନେଶ୍ୱର : ଫିଲ୍ମ ପ୍ରଯୋଜକ ନିରଞ୍ଜନ ରଣା ଗିରଫ, ଜମି ଦେବା ନାଁରେ ଠକେଇ ଅଭିଯୋଗ
  • ||
  • କୋଣାର୍କ : ୨ବାଇକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ, ଜଣେ ଗୁରୁତର
  • ||
  • ସାଧାରଣ ଲୋକଙ୍କ ସହ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମା'ଙ୍କୁ ନେଇ ରାଜନୀତି ନକରିବାକୁ ପରାମର୍ଶ
  • ||
  • ସମ୍ୱଲପୁର : ପୋଲିସକୁ ଆକ୍ରମଣ କରି ହାତ ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତକୁ ଏନକାଉଣ୍ଡର, ପାଲଟା ଆକ୍ରମଣରେ ବୁର୍ଲା ଏସଆଇ ଆହତ
  • ||
  • ଗୋପ ବସ୍ତିରେ ଜମିଜମାକୁ ନେଇ ଦୁଇ ପରିବାର ଭିତରେ ହଣା କଟା, ୫ ଗୁରୁତର
  • ||
  • ଢେଙ୍କାନାଳ : ନିର୍ମାଣଧୀନ ହୋଟେଲ ଛାତ ଭୁଶୁଡିବା ଘଟଣା; ତଦନ୍ତ ପାଇଁ ସ୍ବତନ୍ତ୍ର ପ୍ରଶାସନିକ ଟିମ ଗଠନ
  • ||
  • ଯାଜପୁର : ଅଶ୍ଳୀଳ ନୃତ୍ୟକୁ ବିରୋଧ, ନିଶା ମହାରଣାଙ୍କୁ ଚେୟାର ମାଡ
  • ||
  • କଳାହାଣ୍ଡି :ନର୍ଲା ରେଞ୍ଜ ପରିତ୍ୟକ୍ତ କୂଅରେ ପଡ଼ିଲା ଦନ୍ତା ହାତୀ: ସୁରକ୍ଷିତ ଉଦ୍ଧାର କଲା ବନ ବିଭାଗ
  • ||
  • କେନ୍ଦ୍ରାପଡା : ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ୟାଙ୍କର, ୨ ମୃତ
  • ||
  • ଆଜି ମହାମାୟାଙ୍କ ମହାସପ୍ତମୀ ପୂଜା, ପୂଜା ମଣ୍ଡପରେ ବ୍ୟାପକ ସୁରକ୍ଷା ଆୟୋଜନ
  • ||
  • ଗୁରୁବାର ଠାରୁ ହାଇକୋର୍ଟଙ୍କ ଦଶହରା ଅବକାଶ, ୨୧ ତାରିଖରେ ଖୋଲିବ କୋର୍ଟ
  • ||
  • ଆଉ ନାହାନ୍ତି ଶିଳ୍ପରତ୍ନ ରତନ ଟାଟା, ଶିଳ୍ପରତ୍ନଙ୍କୁ ହରାଇ ଦେଶ ଓ ଦେଶବାସୀ ସ୍ତବ୍ଧ
  • ||
  • ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ, ଜଙ୍ଗଲ ସଫାରୀ ପାଇଁ କରିବାକୁ ହେବ ପ୍ରି ବୁକିଙ୍ଗ
  • ||
  • ଭୁବନେଶ୍ୱର : ରାସ୍ତାରେ ବୁଲିଲା ୮ ଫୁଟର ଅଜଗର, ଲୋକେ ଆତଙ୍କିତ
  • ||

ମଙ୍ଗଳବାର ସୃଷ୍ଟି ହୋଇପାରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ,୧୫ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୨୪/୦୯: ରାଜ୍ୟରେ ଆସନ୍ତା ୨୬ ତାରିଖରେ ପ୍ରବଳ ବର୍ଷା ହେବ । ସୋମବାର  ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ  ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ  କରିଥିଲା । କିନ୍ତୁ ଏହି ପ୍ରକ୍ରିୟା ବିଳମ୍ବିତ ହୋଇଛି ।  ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହୋଇପାରେ  ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।  

ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର  ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରି କହିଛନ୍ତି,  ମଙ୍ଗଳବାର ଲଘୁଚାପ ସୃଷ୍ଟି ହୋଇପାରେ । ୨୪,  ୨୫ ଓ ୨୬ ତାରିଖରେ ଉପକୂଳ ଓଡ଼ିଶାରେ  ବର୍ଷା ସମ୍ଭାବନା ଅଛି । ୨୫, ୨୬ ଓ ୨୭  ତାରିଖରେ ସମ୍ବଲପୁରରୁ ସୁନ୍ଦରଗଡ଼ ଯାଏ ପଶ୍ଚିମ  ଓଡ଼ିଶାରେ ବର୍ଷା ହୋଇପାରେ । ଉପକୂଳ ଓ  ଦକ୍ଷିଣ ଆଭ୍ୟନ୍ତରରେ ଭାରୀ ବର୍ଷା ହେବ । ୨୬  ତାରିଖରେ ସାରା ରାଜ୍ୟରେ ଭାରି ବର୍ଷା ହେବ  ବୋଲି ସେ ଆକଳନ କରିଛନ୍ତି । ଆସନ୍ତା ୫ ଦିନ  ରାଜ୍ୟରେ ବର୍ଷା ହେବ ବୋଲି ସେ କହିଛନ୍ତି । 

ରାଜ୍ୟରେ ୨୮ ତାରିଖ ଯାଏ ବର୍ଷା ହୋଇପାରେ ।  ଆଗାମୀ ୫ ଦିନରେ ମୋଟ ବର୍ଷା ପରିମାଣ ୮୦ମିମିରୁ  ଅଧିକ ବର୍ଷା ହୋଇପାରେ । କିଛି ସ୍ଥାନରେ ୧୦୦ମିମିରୁ  ଅଧିକ ବର୍ଷା ସମ୍ଭାବନା ଅଛି ବୋଲି ଡ. ପଶୁପାଳକ  କହିଛନ୍ତି । 

ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ୨୪ ତାରିଖରେ ଗଞ୍ଜାମ, ଗଜପତି, କନ୍ଧମାଳ,  କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ, କେନ୍ଦୁଝର,  ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁରରେ  ଭାରି ବର୍ଷା ସମ୍ଭାବନା ଅଛି ।୨୫ରେ ମାଲକାନଗିରି,  କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର  ଓ ନୂଆପଡ଼ାରେ ଭାରି ବର୍ଷା ହୋଇପାରେ । ୨୬ରେ ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀରରେ  ୭୦ରୁ ୧୧୦ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଅଛି । 

ସୋମବାର ଗୋପାଳପୁରରେ ପ୍ରବଳ  ବର୍ଷା ହୋଇଛି । ଏଠାରେ ୯୮.୩ ମିମି  ବର୍ଷା ରେକର୍ଡ ହୋଇଛି । ଭଦ୍ରକରେ ୪୬,  ଛତ୍ରପୁରରେ ୪୨, ମାଲକାନଗିରିରେ ୨୨.୨,  ତାଳଚେରରେ ୨୨, ଜଗତସିଂହପୁରରେ ୧୬  ଓ ଯାଜପୁରରେ ୧୦ମିମି ବର୍ଷା ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.