ପ୍ରମୂଖ ଖବର
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ଜୁଲାଇରେ ସ୍ୱାଭାବିକଠାରୁ ଅଧିକ ବର୍ଷା ଆଶା, ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୦୨/୦୭: ଜୁଲାଇ ମାସରେ ମୌସୁମୀ ସକ୍ରିୟ ରହିବ । ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଜୁଲାଇରେ ରାଜ୍ୟରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଜୁଲାଇ ମାସକୁ ନେଇ ଭାରତୀୟ ପାଣିପାଗ ବିଭାଗ( ଆଇଏମ୍‌ଡି) କରିଥିବା ଆକଳନ ଅନୁସାରେ, ଦେଶରେ ବର୍ଷା ପରିମାଣ ସ୍ୱାଭାବିକଠାରୁ ଅଧିକ ରହିବ । ଜୁଲାଇରେ ଉତ୍ତର-ପୂର୍ବ, ଉତ୍ତର ପଶ୍ଚିମ ଓ ଦକ୍ଷିଣ ପୂର୍ବ ଭାରତରେ ବର୍ଷା ପରିମାଣ କମ୍‌ ରହିବ । ଏବେ ପ୍ରଶାନ୍ତ ମହାସାଗରର ବିଷୁବମଣ୍ଡଳ ଉପରେ ଏଲ୍‌ ନିନୋ ସାଉଥର୍ଣ୍ଣ ଓସିଲେସନ୍‌(ଇଏନଏସଓ) ନିଉଟ୍ରାଲ ସକ୍ରିୟ ରହିଛି। ମୌସୁମୀର ମଧ୍ୟ ଆଡ଼କୁ ଲା-ନିନା ସକ୍ରିୟ ହେବ । ଏବେ ଭାରତ ମହାସାଗର ଉପରେ ଭାରତ ମହାସାଗର  ଡାଏପୋଲ(ଆଇଓଡି) ସ୍ଥିତି ରହିଛି ଓ ମୌସୁମୀ ଶେଷ ଯାଏ ଏଭଳି ସ୍ଥିତି ରହିବ ।

ଜୁଲାଇରେ ଓଡ଼ିଶାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ । ସୁନ୍ଦରଗଡ଼, କେନ୍ଦୁଝର,  ଭଦ୍ରକ, ଯାଜପୁର, ଦେବଗଡ଼, ଢେଙ୍କାନାଳ ଓ କେନ୍ଦ୍ରାପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ୭୫% ଅଧିକ । ବାକି ଅନ୍ୟ ଜିଲ୍ଲାର ବିସ୍ତୃତ ଅଞ୍ଚଳରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ଆଇଏମ୍‌ଡି ଆକଳନ କରିଛି ।

ତେବେ ୨ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁରରେ   ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଆଜି ଜଗତ୍‌ସିଂହପୁରରେ ୨୦.୧, ସମ୍ବଲପୁର ଓ ଭୁବନେଶ୍ୱରରେ ୧୧.୨, ରାୟଗଡ଼ାରେ ୫.୨ମିମି ବର୍ଷା ହୋଇଛି ।

  • PrameyaOdia
  • prameya
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.