ପ୍ରମୂଖ ଖବର
  • ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ, ଗୁଣ୍ଡିଚା ଯାତ୍ରା ସାରି ବାହୁଡ଼ିଲେ ଶ୍ରୀଜିଉ
  • ||
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ଓଡ଼ିଶାର ୩୦ ଜିଲ୍ଲାକୁ ସମ୍ପୂର୍ଣ୍ଣ ଛୁଇଁଲା ମୌସୁମୀ ବାୟୁ, ଆସନ୍ତା ୩ ଦିନ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪/୦୬:  ରାଜ୍ୟର ସବୁ ଜିଲ୍ଲାକୁ ଛୁଇଁଛି ମୌସୁମୀ ।  ପୂର୍ବରୁ ଏହା ୨୪ଟି ଜିଲ୍ଲାକୁ ସମ୍ପୂର୍ଣ୍ଣ ଓ ୬  ଜିଲ୍ଲାରୁ ଆଂଶିକ ଛୁଇଁଥିଲା । ରବିବାର ଦକ୍ଷିଣ  ପଶ୍ଚିମ ମୌସୁମୀ ବାୟୁ ବାକି ଥିବା ୬ଟି  ଜିଲ୍ଲାକୁ ସମ୍ପୂର୍ଣ୍ଣ ଛୁଇଁଛି ବୋଲି ପାଣିପାଗ  ବିଭାଗ ପକ୍ଷରୁ କୁହାଯାଇଛି । 

୨୫  ତାରିଖରୁ ରାଜ୍ୟରେ ବର୍ଷା ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ୨୪ରେ ଉପକୂଳ ଓଡ଼ିଶା ସମେତ  ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ଅଛି । ୨୫ରେ ଝାରସୁଗୁଡ଼ା,  ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ,  ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ,  ରାୟଗଡ଼ା ଜିଲ୍ଲାରେ ବର୍ଷା ହୋଇପାରେ ।  ୨୬ରେ ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ,  ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି,  ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ  ବର୍ଷା ହୋଇପାରେ । ୨୭ରେ ଗଞ୍ଜାମ,  କନ୍ଧମାଳ, ନୟାଗଡ଼, କଳାହାଣ୍ଡି,  ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାରେ ଭାରୀ ବର୍ଷା ହୋଇପାରେ ।  

ଚାନ୍ଦବାଲିରେ ୩୧.୨, ବାରିପଦାରେ  ୧୫.୨, ରାୟଗଡ଼ାରେ ୧୨.୬,  ହୀରାକୁଦରେ ୧୨.୨, ଦାରିଙ୍ଗିବାଡ଼ିରେ  ୧୨ ଓ ସୋନପୁରରେ ୬ମିମି ବର୍ଷା  ହୋଇଛି

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.