ଭୁବନେଶ୍ୱର ୧୯/୧୧: ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ। ୨୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ, ୨୩ ତାରିଖ ସୁଦ୍ଧା ନେଇପାରେ ଲଘୁଚାପର ରୂପ। ତେବେ ଲଘୁଚାପର ପ୍ରଭାବ କିଭଳି ରହିବ, ଏଯାଏଁ ସ୍ପଷ୍ଟ ହୋଇନି। ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ସୂଚନା ଅନୁଯାଇ, କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପାଣିପାଗ ବିଭାଗ ଆକଳନ କରିଛି। ଗୁରୁବାର ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। କ୍ରମେ ଆହୁରି ଘନୀଭୂତ ହୋଇ ୨୩ ତାରିଖରେ ଲଘୁଚାପ ରୂପ ନେବା ନେଇ ଆଶଙ୍କା କରାଯାଇଛି। ପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଅବପାତ ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।