ପ୍ରମୂଖ ଖବର
  • ସୁନ୍ଦରଗଡ଼ : ବ୍ରାହ୍ମଣୀ ନଦୀରେ ବୁଡ଼ି ନାବାଳକ ନିଖୋଜ, ସର୍ଚ୍ଚ ଅପରେସନ୍‌ ଜାରି
  • ||
  • ଇଂଲଣ୍ଡ ଗସ୍ତ ପୂର୍ବରୁ ଭାରତକୁ ଲାଗିପାରେ ବଡ଼ ଝଟକା; ସାମି-ବୁମରାଙ୍କ ଖେଳିବାକୁ ନେଇ ସନ୍ଦେହ
  • ||
  • ସମ୍ୱଲପୁର : କଫ୍‌ ସିରପ୍‌ ଭର୍ତ୍ତି ବକ୍ସ ଚୋରି କରିବା ପଡ଼ିଲା ମହଙ୍ଗା, ସମ୍ବଲପୁର ଟାଉନ୍ ଥାନା ଏଏସ୍‌ଆଇ ନିଲମ୍ବିତ
  • ||
  • ରେକର୍ଡ ଭାଙ୍ଗିଲା ଶ୍ରୀନଗର ତାତି ; ୫୪ ବର୍ଷ ପରେ ୩୪ ଡିଗ୍ରୀ ପାର୍‌, ୧୩୩ ବର୍ଷ ପରେ ଜଳିଲା ମେ'
  • ||
  • ଭୁବନେଶ୍ୱର : ବିଦେଶରେ ଚାକିରି ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ, ଅଭିଯୁକ୍ତ ଗିରଫ
  • ||
  • ମେ ୨୭ ନୁହେଁ, ୨୬ରେ ସାବିତ୍ରୀ ଛୁଟି ଘୋଷଣା କଲେ ସରକାର, ୨୭ରେ ଖୋଲା ରହିବ ସରକାରୀ ଅଫିସ୍
  • ||
  • ବିଳିବିଳଉଛି ପାକିସ୍ତାନ; 'ପାଣି ବନ୍ଦ କଲେ ଆମେ ତୁମ ନିଶ୍ୱାସ ବନ୍ଦ କରିଦେବୁ', ପୁରୁଣା ଡଇଲଗ ଦୋହରାଇଲେ ପାକ୍‌ ଜେନେରାଲ
  • ||
  • ସମ୍ବଲପୁର: ମାଲଖାନାରୁ କଫ୍‌ ସିରପ୍ ଚୋରି କରିଟାଉନ୍‌ ଥାନାରେ କାର୍ଯ୍ୟରତ ASI ବିଦ୍ୟୁତ୍ ପଣ୍ଡା ନିଲମ୍ବିତ
  • ||
  • ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ, ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ର ଚଢ଼ାଉ
  • ||
  • ୨୭ ଯାଏ ଘୁଞ୍ଚିଲା ସ୍ପେସାଲ୍‌ ଓଟିଇଟି ଆବେଦନ, ଫର୍ମ ପୂରଣର ଅବଧିକୁ ବଢ଼ାଇଲା ବୋର୍ଡ
  • ||
  • କେନ୍ଦୁଝର : ବେଆଇନ ବାଲି ଚୋରା ଚାଲାଣ ବେଳେ ୩ ହାଇୱା ଜବତ, ୬ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜରିମାନା ଆଦାୟ
  • ||
  • ଏବେ ୭୮୮ ଭାରତୀୟ ଛାତ୍ରଙ୍କର କଣ ହେବ ? ହାର୍ଭାର୍ଡରେ ବିଦେଶୀ ଛାତ୍ରଙ୍କ ନାମଲେଖା ଉପରେ ରୋକ୍ ଲଗାଇଲେ ଟ୍ରମ୍ପ
  • ||
  • ବାଂଲାଦେଶରେ କିଛି ଠିକ୍ ନାହିଁ ; ବିପଦରେ ୟୁନୁସଙ୍କ ଗାଦି, ସେନାମୁଖ୍ୟ ଦେଲେ ଅଲଟିମେଟ୍
  • ||
  • ନେପାଳରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୪.୭ ରେକର୍ଡ
  • ||
  • ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି : ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା, ୬ ମନ୍ତ୍ରୀ ପଦ ପାଇଁ ଆଶାୟୀଙ୍କ ଲବି ଭୁବନେଶ୍ୱରରୁ ଦିଲ୍ଲୀ
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ବାଜା ଗାଡ଼ି: ୨ ମୃତ, ୨୫ ଆହତ
  • ||
  • ଦେଶ ସମ୍ଭାଳିପାରୁ ନାହାନ୍ତି ବାଂଲାଦେଶ ଅନ୍ତରୀଣ ସରକାର ମହମ୍ମଦ ୟୁନୁସ, ଇସ୍ତଫା ଦେବାକୁ ବଳାଇଲେ ମନ
  • ||
  • ରାଜ୍ୟରେ ବଦଳିଲା ପାଗର ମିଜାଜ୍, ଖସିଲା ତାତି : ଏ ମାସ ଶେଷ ସୁଦ୍ଧା ମୌସୁମୀ, ୨୭ରେ ଲଘୁଚାପ ସମ୍ଭାବନା
  • ||

ଗୁରୁବାର ଭୀଷଣ ଗ୍ରୀଷ୍ମ ପ୍ରକୋପ, ୨୬ ଯାଏ ଆକାଶରୁ ଅଗ୍ନିବର୍ଷା: ଉପକୂଳରେ ଅସହ୍ୟ ହେବ ତାତି, ଗୁଳୁଗୁଳି

Published By : Prameya | April 24, 2025 7:26 AM

ଭୁବନେଶ୍ୱର,୨୪/୦୪: ଆସନ୍ତା ୨୬ ତାରିଖ ଯାଏ ଆକାଶରୁ ଅଗ୍ନିବର୍ଷା ଜାରି ରହିବ । ଡହଡହ ଖରା ଓ ପ୍ରଚଣ୍ଡ  ତାତି ସମସ୍ତଙ୍କୁ କଲବଲ କରିବ । ଗୁରୁବାର ସାଂଘାତିକ ରୂପ ନେଇପାରେ ଗ୍ରୀଷ୍ମ ପ୍ରକୋପ । ଝାରସୁଗୁଡ଼ାରେ ତାତି ପୁଣି ୪୬ ଡିଗ୍ରୀ ଛୁଇଁପାରେ । ଭୀଷଣ ଗ୍ରୀଷ୍ମ ପ୍ରବାହରେ ଛଟପଟ ହୋଇପାରନ୍ତି ଝାରସୁଗୁଡ଼ାବାସୀ । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ୪୪ ଡିଗ୍ରୀ  ପାଖାପାଖି ରହିବା ଆଶଙ୍କା ଅଛି । ଉପକୂଳ ଓ ଦକ୍ଷିଣ  ଓଡ଼ିଶାର ବିଭିନ୍ନ ସ୍ଥାନରେ ଭୀଷଣ ଗୁଳୁଗୁଳି ନୟାନ୍ତ  କରିପାରେ । 

ପାଣିପାଗ ବିଭାଗ ଏଭଳି ସତର୍କ କରାଇଛି ।  ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ଗୁରୁବାର  ଝାରସୁଗୁଡ଼ାରେ ଅତି ଭୀଷଣ ଗ୍ରୀଷ୍ମପ୍ରବାହ ଆଶଙ୍କା ରହିଛି । ବୁଧବାର ୪୫.୪ ଡିଗ୍ରୀ ତାତି ଥିଲା ଝାରସୁଗୁଡ଼ାରେ ।  ଗତକାଲି ଏଠି ୪୬ ଟପିଥିଲା ପାରଦ । ଗତ କିଛିଦିନ ହେବ  ଝାରସୁଗୁଡ଼ା ଯେମିତି ତତଲା ପିଣ୍ଡ ପାଲଟିଯାଇଛି ଦେଶରେ ।   

ଗୁରୁବାର ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର,  ବୌଦ୍ଧ, ବଲାଙ୍ଗୀର ଓ ବରଗଡ଼ରେ ଗ୍ରୀଷ୍ମପ୍ରବାହ ଆଶଙ୍କା ଅଛି ।  ସମ୍ବଲପୁର, ସୁନ୍ଦରଗଡ଼ ଓ ବଲାଙ୍ଗୀରରେ ରାତିବେଳା ବି  ଗରମରୁ ନିସ୍ତାର ମିଳିବା ଆଶା କମ୍‌ । ସେହିପରି କଳାହାଣ୍ଡି,  ନୂଆପଡ଼ା, ଦେବଗଡ଼ ଓ ଅନୁଗୁଳରେ ଗ୍ରୀଷ୍ମପ୍ରବାହ ସ୍ଥିତି ରହିବ । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ଗରମ  ଓ ଗୁଳଗୁଳି ଲୋକଙ୍କୁ ନାକେଦମ କରିପାରେ । ବାଲେଶ୍ୱର,  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,  ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ  ଢେଙ୍କାନାଳରେ ଏଭଳି ସ୍ଥିତି ରହିବ ବୋଲି ସତର୍କ କରାଯାଇଛି ।   

ଆସନ୍ତା ୨୫ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା,  ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ,  ନୂଆପଡ଼ା, କଳାହାଣ୍ଡି, ଅନୁଗୁଳ ଓ ଦେବଗଡ଼ରେ  ଗ୍ରୀଷ୍ମପ୍ରବାହ ସ୍ଥିତି ଆଶଙ୍କା ଅଛି । ଉପକୂଳ ଓଡ଼ିଶା  ସମେତ ଗଞ୍ଜାମ, ଗଜପତି, କେନ୍ଦୁଝର ଓ ଢେଙ୍କାନାଳରେ  ଭୀଷଣ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇପାରେ ।  

୨୬ ତାରିଖରେ ବରଗଡ଼, ସମ୍ବଲପୁର, ସୋନପୁର,  ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ଝାରସୁଗୁଡ଼ାରେ ପ୍ରଚଣ୍ଡ ତାତି  ରହିବ । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ  ଓ ଗୁଳୁଗୁଳି ନେଇ ପାଣିପାଗ ବିଭାଗ ଆକଳନ କରିଛି ।  ୨୭ ତାରିଖରୁ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି  ସହିତ ବର୍ଷା ସମ୍ଭାବନା ଅଛି । ଆଭ୍ୟନ୍ତରୀଣ ଓଡ଼ିଶା  ଓ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା  ହୋଇପାରେ। ମୟୂରଭଞ୍ଜ ଓ କେନ୍ଦୁଝର ସମେତ ଉପକୂଳ  ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ୩୦ରୁ ୪୦  କିମି ବେଗରେ ପବନ ବହିବା ସହ ବର୍ଷା ସମ୍ଭାବନା  ଅଛି । ୨୭ରୁ ବର୍ଷା ହେଲେ ହିଁ ତାତିରୁ ତ୍ରାହି ମିଳିବ ।   

ଧବାର ଟିଟିଲାଗଡ଼ରେ ୪୪ ଡିଗ୍ରୀ, ସମ୍ବଲପୁର  ଓ ବୌଦ୍ଧରେ ୪୩.୮, ବଲାଙ୍ଗୀରରେ ୪୩.୭,  ସୁନ୍ଦରଗଡ଼ ଓ ହୀରାକୁଦରେ ୪୩.୪, ସୋନପୁରରେ  ୪୩.୨, ରାଉରକେଲାରେ ୪୨.୪, ବରଗଡ଼ରେ  ୪୨.୨, ନୂଆପଡ଼ାରେ ୪୨, ପାରଳାଖେମୁଣ୍ଡିରେ  ୪୧ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.