ପ୍ରମୂଖ ଖବର
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ଚାଷ କାର୍ଯ୍ୟ ପାଇଁ ପାଗ ଅନୁକୂଳ: ତିନି ଦିନ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା, ରଥଯାତ୍ରା ଦିନ ପୁରୀରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୦୫/୦୭: ଆସନ୍ତା ୭ ତାରିଖ ରଥଯାତ୍ରା ଦିନ ପୁରୀରେ ପ୍ରବଳ ବର୍ଷା ହେବ । ୭ରେ ପୁରୀ ସମେତ ରାଜ୍ୟର ୧୪ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ  ବିଭାଗ(ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି ।  

ରାଜ୍ୟରେ ଶୁକ୍ରବାର ବିଶେଷ  ବର୍ଷା ନାହିଁ । ୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ସେହିପରି ୭ରେ ପୁରୀ ସମେତ ଖୋର୍ଦ୍ଧା, କଟକ,  ଯାଜପୁର, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, ରାୟଗଡ଼ା,  ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବାର  ସମ୍ଭାବନା ରହିଛି । ୮ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା,  କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ  ମାଲକାନଗିରିରେ ପ୍ରବଳ ବର୍ଷା ହେବ  ବୋଲି ଭାରତୀୟ ପାଣିପାଗ ବିଭାଗର  ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ  କରାଯାଇଛି ।

ପଶ୍ଚିମ ଝାଡ଼ଖଣ୍ଡ  ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ  ବର୍ଷା ହେବ ବୋଲି ବିଭାଗ ଆକଳନ  କରିଛି । ସେହିପରି ୧୧ରୁ ୧୮ ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ଥିବା ସିଷ୍ଟମ୍‌ ସୂଚାଉଛି । 

ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ.  ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି, ରାଜ୍ୟରେ ପାଗ  ଏମିତି ମେଘୁଆ ରହିବ । ସକାଳ ଓ ଅପରାହ୍ନରେ କାଁ  ଭାଁ କିଛି ସ୍ଥାନରେ ବର୍ଷା ହେବ । ୭ ତାରିଖ  ଅପରାହ୍ନରେ ପୁରୀ, ଖୋର୍ଦ୍ଧା, ନୟାଗଡ଼  ସମେତ ବିଭିନ୍ନ ଜିଲ୍ଲାରେ ବର୍ଷା ହେବ।  ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ  ଦକ୍ଷିଣ ଓଡ଼ିଶା ନିକଟରେ ଘୂର୍ଣ୍ଣିବଳୟ  ସୃଷ୍ଟି ହେବ । ଯାହାର ପ୍ରଭାବରେ  ବର୍ଷା ହେବ । ବର୍ଷା କୃଷି କାର୍ଯ୍ୟ ପାଇଁ  ଅନୁକୁଳ ପାଗ ସୃଷ୍ଟି କରିଛି । ୧୨ ଯାଏ  ରାଜ୍ୟରେ ପ୍ରବଳ ବର୍ଷା ନଥିଲେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ  ବର୍ଷା ହେବ ବୋଲି ଡ. ସାହୁ ଆକଳନ କରିଛନ୍ତି।

  • PrameyaOdia
  • prameya
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.