PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂହପୁର : ବଡ଼ଭାଇ ସାର୍ଟିଫିକେଟ୍‌ ଦେଇ ଆର୍ମିରେ କରିଥିଲେ ଚାକିରୀ, ଅବସର ପରେ ବନ୍ଧାହେଲେ
  • ||
  • ଯାଜପୁର : ୨ ବର୍ଷ ହେଲାଣି ମିଳୁନି ନିଖୋଜ ପିହୁର ପତ୍ତା, ନ୍ୟାୟ ଆଶାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ ପରିବାର
  • ||
  • କଟକ : ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢାଉ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • କଟକ : ଗୋଟିଏ ମଞ୍ଚରେ ଶାହ-ନବୀନ-ଧର୍ମେନ୍ଦ୍ର, ପ୍ରଜାତନ୍ତ୍ରର ସ୍ଵନକ୍ଷତ୍ର ଉତ୍ସବରେ ସାମିଲ ହେଲେ ତିନି ନେତା
  • ||
  • ରାଜ୍ୟରେ ନାହିଁ ଟିକା ଅଭାବ, ଗାଁ ଗାଁରେ ଟିକାକରଣ ଉପରେ ଦିଆଯାଉଛି ଗୁରୁତ୍ଵ : ପରିବାର କଲ୍ୟାଣ ନିର୍ଦ୍ଦେଶକ
  • ||

ଆସୁଛି ଆଉ ଏକ ଲଘୁଚାପ: ୩ ଦିନ ଅତି ପ୍ରବଳ ବର୍ଷା, ୫ ଦିନ ଯାଏଁ ବର୍ଷିବ

ଭୁବନେଶ୍ୱର,୦୩/୦୭: ବାଂଲାଦେଶ ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ଭିତରେ ଉତ୍ତର ଓଡିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଲଘୁଚାପ ଯୋଗୁ ମୌସୁମୀ ବର୍ଷା ସକ୍ରିୟ ହେବ । ଆସନ୍ତା ୪ରୁ ୫ ଦିନ ଯାଏ ରାଜ୍ୟରେ ଅଧିକ ବର୍ଷା ହେବାର ସମ୍ଭାବନା ଅଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ରବିବାର ବରଗଡ, ସମ୍ବଲପୁର, କେନ୍ଦୁଝର, ଦେବଗଡ଼, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ନେଇ ତଳିଆ ଅଞ୍ଚଳ ଓ ଅଣ୍ଡରପାସ୍‌ ରାସ୍ତାରେ ଜଳବନ୍ଦୀ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି । ତେବେ ଅଧିକ ବର୍ଷା କୃଷି କାର୍ଯ୍ୟକୁ ସୁହାଇବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

ସୋମବାର ଭଦ୍ରକ, କନ୍ଧମାଳ, ନୟାଗଡ଼, କଟକ, ଢେଙ୍କାନାଳ, ଯାଜପୁର ଓ ଅନୁଗୁଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ଆଭ୍ୟନ୍ତରୀଣ ଓଡ଼ିିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୫ ତାରିଖରେ ଗଞ୍ଜାମ, ଗଜପତି, କନ୍ଧମାଳ ଓ ନୟାଗଡର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୬ ତାରିଖରେ ମଧ୍ୟ କିଛି ସ୍ଥାନରେ ଅଧିକ ବର୍ଷା ସମ୍ଭାବନା ଅଛି ।