ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରାଜ୍ୟରେ ଏବେ ଭୀଷଣ ତାତି, ୧୦ ସୁଦ୍ଧା ଛୁଇଁପାରେ ମୌସୁମୀ: ଦକ୍ଷିଣରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର ୦୭/୦୬: ତାତି ଆହୁରି ବଢ଼ିବ । ଭୀଷଣ ଗରମ ଓ ଗୁଳୁଗୁଳି ନାକେଦମ କରିବ । ଆସନ୍ତା ୪ ଦିନ ଭିତରେ ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ବଢ଼ିପାରେ । 

ଅନ୍ୟପଟେ ପାଣିପାଗ ବିଭାଗ ଆକଳନ କରୁଛି, ୩-୪ ଦିନ ଭିତରେ ଓଡ଼ିଶାକୁ ମୌସୁମୀ ଆସିଯିବ । ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିବ । ଆସନ୍ତା ସପ୍ତାହେ ଯାଏଁ ରାଜ୍ୟରେ ବିସ୍ତୃତ ବର୍ଷା ସମ୍ଭାବନା କମ୍‌ । ୧୩ ତାରିଖରୁ ୨୦ ତାରିଖ ଭିତରେ ରାଜ୍ୟରେ ବର୍ଷା ବଢ଼ିବ । ଉପକୂଳରେ ଭଲ ବର୍ଷା ହୋଇପାରେ ।

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି)ର ଆକଳନ ହେଲା, ମୌସୁମୀ ଦକ୍ଷିଣ ଓଡ଼ିଶାରେ ଜୁନ୍‌ ୧୦ ସୁଦ୍ଧା ପ୍ରବେଶ କରିପାରେ । ଆରବ ସାରଗ ପଟୁ ଦକ୍ଷିଣ ପଶ୍ଚିମ ବାୟୁ ପ୍ରବାହ ପ୍ରଭାବରେ ମହାରାଷ୍ଟ୍ର, ତେଲେଙ୍ଗାନା ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାଗୁଡ଼ିକୁ ଜୁନ ୯ ଓ ୧୦ ସୁଦ୍ଧା ମୌସୁମୀ ଛୁଇଁବ ବୋଲି ସିଇସି ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି ।  ଆରବ ସାଗରର ମୌସୁମୀ ପ୍ରବାହ ଅଧିକ ଶକ୍ତିଶାଳୀ ହେଉଥିବାବେଳେ ଜୁନ ୧୫ ତାରିଖଠାରୁ ବଙ୍ଗୋପସାଗର ଶାଖା ସବଳ ହେବ । ଏହା ଓଡ଼ିଶା ତଥା ପୂର୍ବ ଭାରତର ରାଜ୍ୟଗୁଡ଼ିକୁ ପ୍ରଭାବିତ କରିବାର ସମ୍ଭାବନା ରହିଛି ।

ଡକ୍ଟର ସାହୁଙ୍କ ପୂର୍ବାନୁମାନ ହେଲା, ୧୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ତାପମାତ୍ରା ୪୨ ଡିଗ୍ରୀ ରୁ କମ୍‌ ଏବଂ ଉପକୂଳବର୍ତ୍ତୀ ଅଞ୍ଚଳରେ ୪୦ ଡିଗ୍ରୀରୁ କମ୍‌ ବା ମଧ୍ୟମ ଧରଣର ତାପମାତ୍ରା ରହିବ । ପାଗ  ତତଲା ରହିବା ସହ ଗୁଳୁଗୁଳି ଜାରି ରହିବ । ଯଦି ମୌସୁମୀ ଆସିବାରେ ବିଳମ୍ବ ହୁଏ, ତେବେ ଜୁନ୍‌ ୧୨ ରୁ ୧୬ ମଧ୍ୟରେ ପଶ୍ଚିମ ଓଡ଼ିଶା ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରା ୪୫ ଡିଗ୍ରୀ ସେଲସିୟସ୍‌ ଏବଂ ଦକ୍ଷିଣ ଓଡ଼ିଶା ଜିଲ୍ଲାରେ ୪୦ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ପହଞ୍ଚିଯିବା ଆଶଙ୍କା ରହିଛି । 

ପାଣିପାଗ ବିଭାଗ କହିଛି, ବର୍ତ୍ତମାନ ରାଜ୍ୟର ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ବି ଅଛି । ଉପକୂଳ ଓଡ଼ିଶାରେ ଗରମ ସହ ଗୁଳୁଗୁଳି ସ୍ଥିତି ଲାଗି ରହିବ । 

ଗୁରୁବାର ରାଜ୍ୟରେ ଭୟଙ୍କର ଗରମ ଅନୁଭୂତ ହେଉଥିଲା । ରାଜ୍ୟର ୧୧ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ଥିଲା । ବଲାଙ୍ଗୀର ସର୍ବାଧିକ ୪୩ ଡିଗ୍ରୀ ତାତିରେ ଜଳିଥିଲା । ଝାରସୁଗୁଡ଼ା ୪୧.୩, ମାଲକାନଗିରି ୪୧.୫, ନୂଆପଡ଼ା ୪୨.୩, ସମ୍ବଲପୁର ୪୦.୮, ସୁନ୍ଦରଗଡ଼ ୪୦, ସୋନପୁର ୪୦.୧, ବୌଦ୍ଧ ୪୦.୮, ବରଗଡ଼ ୪୦.୮, ଖୋର୍ଦ୍ଧା ୪୦ ଡିଗ୍ରୀରେ ଛଟପଟ ହୋଇଥିଲା । କଟକ ତାପମାତ୍ରା ୩୯.୧ ଡିଗ୍ରୀ ଛୁଇଁଥିବାବେଳେ ଭୁବନେଶ୍ୱର ୩୮.୩ ଡିଗ୍ରୀ ସହ ସାଂଘାତିକ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇଥିଲା । ଉପକୂଳ ଓଡ଼ିଶାରେ ଗୁଳୁଗୁଳି ଯୋଗୁ ସ୍ଥିତି ସାଂଘାତିକ ହୋଇ ପଡ଼ିଛି । 

ଗୁରୁବାର ଜାତୀୟ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ବସିଥିଲା । ଗ୍ରୀଷ୍ମ ପ୍ରବାହ ମୁକାବିଲା ସହ ଜଙ୍ଗଲ ନିଆଁ ରୋକିବା ଦିଗରେ ରାଜ୍ୟର ପ୍ରସ୍ତୁତି ଓ ପଦକ୍ଷେପ ନେଇ କେନ୍ଦ୍ର କ୍ୟାବିନେଟ ସଚିବ ଏଥିରେ ସମୀକ୍ଷା କରିଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଓ ଏସଆରସି ସତ୍ୟବ୍ରତ ସାହୁ ଭର୍ଚୁଆଲ ମାଧ୍ୟମରେ ଯୋଗ ଦେଇଥିଲେ ।

  • PrameyaOdia
  • prameya
  • Heat Wave
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.