ପ୍ରମୂଖ ଖବର
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

୨୧ ଯାଏ ଅଧିକ ବର୍ଷା ସମ୍ଭାବନା, ଆଜି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ

Published By : Prameya | July 18, 2025 7:16 AM

ଭୁବନେଶ୍ୱର,୧୮/୦୭: ଆସନ୍ତା ୨୧ ତାରିଖ ଯାଏ ରାଜ୍ୟରେ ଅଧିକ ବର୍ଷା ରହିବ । ୧୮ ତାରିଖରେ ଆଭ୍ୟନ୍ତରୀଣ  ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।  ୧୯ ତାରିଖରେ ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ  ଓ ଗଜପତିର କିଛି ସ୍ଥାନରେ ପ୍ରବଳ ହୋଇପାରେ । ୨୧  ତାରିଖ ଯାଏ ଅଧିକ ବର୍ଷା ଜାରି ରହିବ ବୋଲି ପାଣିପାଗ  ବିଭାଗ ପୂର୍ବାନୁମାନ କରିଛି । 

୨୦ ତାରିଖରେ ମୟୂରଭଞ୍ଜ,  କେନ୍ଦୁଝର ଓ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।  ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ  ବର୍ଷା ହୋଇପାରେ । 

୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର,  ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳରେ ପ୍ରବଳ ବର୍ଷା  ହୋଇପାରେ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର,  ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର,  କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।  

ଗୁରୁବାର ଚାନ୍ଦବାଲିରେ ୧୨.୨ ମିମି, ନୂଆପଡ଼ାରେ ୧୧.୪  ଓ ରାଉରକେଲାରେ ୩.୪ମିମି ବର୍ଷା ରେକର୍ଡ ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.