PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ସ୍କୁଟି ଉପରେ ମାଡିଗଲା ଟାଉନ ବସ୍, ଚାଲିଗଲା ୩ ଜୀବନ
  • ||
  • ଝଡ଼ ତୋଫାନରେ ଲକ୍ଷ୍ନୌର ଇକାନା ଷ୍ଟାଡିୟମର ଭାଙ୍ଗି ଗଲା ବୋର୍ଡ , ଜଣେ ବ୍ୟକ୍ତି ଚାପି ହୋଇ ରହିଥିବା ସୂଚନା
  • ||
  • ରେଲୱେ ଚାକିରିକୁ ଫେରିଲେ ବଜରଙ୍ଗ , ଭିନେଶ ଓ ସାକ୍ଷୀ ମଲିକ – ଆନ୍ଦୋଳନରୁ ପଛକୁ ହଟିବାକୁ କଲେ ମନା
  • ||
  • ବରଗଡ଼: ବରଗଡ଼ରେ ଲାଇନ୍‌ଚ୍ୟୁତ୍ ହେଲା ଚୂନପଥର ବୋଝେଇ ମାଲବାହୀ ଟ୍ରେନ୍, ଟ୍ରାକ୍‌ରୁ ଖସିଲା ୫ ୱାଗନ୍
  • ||
  • ବାଲେଶ୍ୱର : ଶବକୁ ନେଇ ସାଂଘାତିକ ଖେଳ: ଆଉ କାହାର ଶବକୁ ଧରି ସ୍ତ୍ରୀ କହିଲା ସ୍ୱାମୀ ମୋର, ଦିଅ ଟଙ୍କା…
  • ||
  • ଭୁବନେଶ୍ୱର : କୋଲକାତା ଓ ଆସାମ ଫେରିଲେ ଯାତ୍ରୀ, ବସ୍‌ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
  • ||
  • ସୋର: ବାହାନଗାରେ ସ୍ଵାଭାବିକ ହେଲା ଟ୍ରେନ୍ ଚଳାଚଳ, ଗଡ଼ିଲା ୩ଟି ଟ୍ରେନ୍
  • ||
  • ବାଲେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୨୮୫ ଜଣ ନେଲେଣି ୩.୨୨ କୋଟିର ଅନୁକମ୍ପା ରାଶି
  • ||
  • ଭୁବନେଶ୍ୱର: ବାହାନଗା ବିଭୀଷିକା: ପ୍ରତିଶ୍ରୁତି ପୂରଣ କରିପାରିଲାନି ସ୍ୱାମୀ, ମଙ୍ଗଳସୂତ୍ର ଦେବା ପୂର୍ବରୁ ଚାଲିଗଲା ଜୀବନ
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ବୁଲିଲା ଚଉଦ ନାହାକା, ଉଠିଲା ୨ୟ ଭୂଇଁ
  • ||
  • ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତ ପୂଜା ଆରମ୍ଭ, ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ: ଆଜିଠୁ ଶ୍ରୀଅଲାରନାଥ ଦର୍ଶନ
  • ||

ପଶ୍ଚିମା ଝଡ଼ ପୁଣି ସକ୍ରିୟ, ଆଗାମୀ ୪ ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୩/୦୩: ପଶ୍ଚିମା ଝଡ଼ ପୁଣି ସକ୍ରିୟ ହେବ । ଏହାର ପ୍ରଭାବ ରାଜ୍ୟରେ ବର୍ଷା କରାଇବ । ଆଗାମୀ ୪ ଦିନ ଯାଏ ରାଜ୍ୟରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଗୁରୁବାର କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କୋରାପୁଟ, ମାଲକାନଗିରି ଓ ବାଲେଶ୍ୱର ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ୨୪ରେ ନବରଙ୍ଗପୁର, ନୂଆପଡ଼ା ଓ ବରଗଡ଼ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୫ରେ ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର ଓ ମୟୂରଭଞ୍ଜରେ ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ଆକଳନ କରିଛି । ୨୬ରେ ମଧ୍ୟ କିଛି ସ୍ଥାନରେ ବର୍ଷା ହୋଇପାରେ ।

ବୁଧବାର ଗୋପାଳପୁରରେ ସର୍ବାଧିକ ୪୫.୧ ମିଲିମିଟର ବର୍ଷା ରେକର୍ଡ ହୋଇଛି । ମାର୍ଶାଘାଇରେ ୪୫, ବାଣପୁରରେ ୪୪, ଧର୍ମଗଡ଼ରେ ୪୩, ଆର୍‌.ଉଦୟଗିରିରେ ୩୯.୫, ମହେନ୍ଦ୍ରଗଡ଼ରେ ୩୬.୪, ମହାକାଳପଡ଼ାରେ ୩୨, କୃଷ୍ଣପ୍ରସାଦରେ ୨୯.୪, ରଙ୍ଗେଇଲୁଣ୍ଡାରେ ୨୮ ଓ କୋମନାରେ ୨୮ ମିମି ବର୍ଷା ରେକର୍ଡ ହୋଇଛି ।