ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

୨୪ରେ ଆଉ ଏକ ଲଘୁଚାପ,୨୫ ଯାଏଁ ପ୍ରବଳ ବର୍ଷା ସମ୍ଭାବନା:୧୬ ଜିଲ୍ଲାପାଳଙ୍କୁ ଏସ୍‌ଆରସିଙ୍କ ସତର୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୩/୦୮: ରାଜ୍ୟରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ଲଗାଣ ବର୍ଷା ହେବ । ଉପକୂଳ ସମେତ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି) ନିର୍ଦ୍ଦେଶ ଦେଇଛନ୍ତି । 

ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ବର୍ତ୍ତମାନ ଦକ୍ଷିଣ ବାଂଲାଦେଶ ଓ ତତ୍‌ସଂଲଗ୍ନ ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି । ଏହି ଘୂର୍ଣ୍ଣବଳୟ ଉତ୍ତର ଦିଗକୁ ଗତି କରୁଥିବା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତହେବାର ସମ୍ଭାବନା ରହିଛି । ପ୍ରଭାବରେ ୫ ଦିନ ଯାଏଁ ଲଗାଣ ବର୍ଷା ଆକଳନ କରିଛି ପାଣିପାଗ ବିଭାଗ । ହାଲୁକାରୁ ମଧ୍ୟମ ଧରଣର ସହ କିଛି ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ତାରିଖ ବେଳକୁ  ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଏହାର ପ୍ରଭାବରେ ଶୁକ୍ରବାର ଠାରୁ ବର୍ଷା ବଢ଼ିବ । ଶୁକ୍ରବାର ୧୬ ଜିଲ୍ଲାକୁ ୟେଲୋ  ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭ରୁ ୧୦ ସେମି ପର୍ଯ୍ୟନ୍ତ ବର୍ଷା ହେବ ।   ଏହିସବୁ ଜିଲ୍ଲାଗୁଡିକ ହେଲା ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ଜଗତସିଂହପୁର, କେନ୍ଦ୍ରପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା, ପୁରୀ, ଯାଜପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ।

ସେହିପରି ୨୪ ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଦୁଇ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡଘଡି ହେବାର ସମ୍ଭାବନା ରହିଛି । ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଗଞ୍ଜାମ ଓ ଗଜପତିରେ ବର୍ଷା ହେବାର ସମ୍ଭାବନା ରହିଛି । ୨୫ ତାରିଖରେ ସମ୍ବଲପୁର, ଅନୁଗୁଳ, ବରଗଡ, ଝାରସୁଗୁଡ଼ା, ସୋନପୁର ଓ ବୌଦ୍ଧରେ ବର୍ଷା ହେବ ।

୨୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ଆସ୍ତେ ଆସ୍ତେ କମିବ । କିନ୍ତୁ ୨୯ ତାରିଖରୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ସେପ୍ଟେମ୍ବର ୪ ତାରିଖ ପ୍ରର୍ଯ୍ୟନ୍ତ ବର୍ଷା ଲାଗି ରହିବ । 

ରାଜ୍ୟରେ ଆଜି ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ବାଲେଶ୍ୱରରେ ୫୦, ଭୁବନେଶ୍ୱରରେ ୩୪ ଓ ପାରାଦ୍ୱୀପରେ ୨୫ ମିମି ବର୍ଷା ରେକର୍ଡ କରାଯାଇଛି ।   ଏସ୍‌ଆରସିଙ୍କ ପକ୍ଷକୁ ଜିଲ୍ଲାପାଳ ଏବଂ ମହାନଗର ନିଗମର କମିଶନରଙ୍କୁ ସତର୍କ ରହିବାକୁ କୁହାଯାଇଛି । ମତ୍ସ୍ୟଜୀବୀମାନେ ୨୪ ଓ ୨୫ ତାରିଖରେ ସମୁଦ୍ର ଭିତରକୁ ନ ଯିବାକୁ ପରାର୍ମଶ ଦିଆଯାଇଛି ।

  • PrameyaOdia
  • prameya
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.