ପ୍ରମୂଖ ଖବର
  • ୬ ମାସରେ ୫ ବଡ଼ ଅଘଟଣ, ଲିଭିଛି ୩୫୭ ଜୀବନ ଦୀପ
  • ||
  • ମାଲକାନଗିରି ପୁଲିସକୁ ବଡ଼ ସଫଳତା, ୨ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ
  • ||
  • ମୁଖ୍ୟମନ୍ତ୍ରୀଙ୍କ ରଜ ଭେଟି, ଗୃହରକ୍ଷୀ ଏବଂ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀମାନଙ୍କର ବଢିଲା ଭତ୍ତା
  • ||
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ବଡ଼ ବର୍ଷା

Published By : Prameya | June 13, 2025 7:55 AM

ଭୁବନେଶ୍ୱର,୧୩/୦୬: ରାଜ୍ୟରେ ମୌସୁମୀ ପୁଣି ସକ୍ରିୟ ହୋଇଛି । ଏହା  ଭବାନୀପାଟଣା ଓ ପୁରୀକୁ ଅଗ୍ରସର ହୋଇଛି । ରାଜ୍ୟର ଅନ୍ୟ ସ୍ଥାନକୁ ଅଗ୍ରସର ପାଇଁ  ପାଣିପାଗ ସ୍ଥିତି ଅନୁକୂଳ ରହିଛି । ଶୁକ୍ରବାର ଠାରୁ ମୌସୁମୀ ବର୍ଷା ବଢ଼ିବ । ୧୫ ତାରିଖରୁ  କିଛି ସ୍ଥାନରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

୧୩ ତାରିଖରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା,  କୋରାପୁଟ, ମାଲକାନଗିରି ଓ ରାୟଗଡ଼ାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଉପକୂଳ  ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା ଅଛି । ୧୪  ତାରିଖରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହୋଇପାରେ । ୧୫  ତାରିଖରେ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡ଼ାରେ  ପ୍ରବଳ ବର୍ଷା ସମ୍ଭାବନା ଅଛି । 

୧୬ରେ ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି,  କୋରାପୁଟରେ ପ୍ରବଳରୁ ଅତିପ୍ରବଳ ଆଶଙ୍କା ଅଛି । ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତିରେ ପ୍ରବଳ ବର୍ଷା  ହୋଇପାରେ । ୧୭ ଓ ୧୮ରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା  ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । 

ଗୁରୁବାର ଭୁବନେଶ୍ୱରରେ ୧୨.୨ମିମି,  ଚାନ୍ଦବାଲିରେ ୧୨, ବଲାଙ୍ଗିରରେ ୫.୬, ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ାରେ ୫ମିମି ବର୍ଷା ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.