ଭୁବନେଶ୍ୱର,୦୮/୦୭: ରାଜ୍ୟରେ ଲଘୁଚାପ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନାରହିଛି। ଆଜି ନୂଆପଡ଼ା, ବଲାଙ୍ଗିର, ବରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ। ନବରଙ୍ଗପୁର,କଳାହାଣ୍ଡି, ବୌଦ୍ଧ, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା,  ସୁନ୍ଦରଗଡ଼ ଏବଂ ଦେବଗଡ଼ ଜିଲ୍ଲାରେ ଅଧିକ ବର୍ଷା ସମ୍ଭାବନା ରହିଛି । ସେହିଭଳି ଗଞ୍ଜାମ,ଗଜପତି, ନୟାଗଡ଼, ଖୋର୍ଦ୍ଧା,ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବରରେ ବର୍ଷା ସହ ବିଜୁଳି  ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ୩୦ରୁ ୪୦  କିଲୋମିଟର ବେଗରେ ପବନ ବହିବ । ଏହିସବୁ ଜିଲ୍ଲା ପାଇଁ  ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି  ୯ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼  ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ।  ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ  ଜାରି କରାଯାଇଛି । ୧୦ରେ ସୁନ୍ଦରଗଡ଼, କେନ୍ଦୁଝର,  ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲା, ୧୧ରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ଅଧିକ ବର୍ଷା ସମ୍ଭାବନା  ରହିଥିବାରୁ ୟେଲେ। ୱାର୍ଣ୍ଣିଂ ଜାରି ହୋଇଛି ।