ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୧୮/୦୫: ରାଜ୍ୟକୁ ଆସନ୍ତା ୧୯ ତାରିଖରୁ ଫେରିବ ତାତି । ୨୧ରୁ ୨୩ ଯାଏ ଗ୍ରୀଷ୍ମପ୍ରବାହ ବହିବ । ଏହି ସମୟରେ ତାତି ଅସମ୍ଭାଳ ହେବ । ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଅଧିକ ଅନୁଭୂତ ହେବ । ଟିଟିଲାଗଡ଼ରେ ତାତି ୪୭ ଡିଗ୍ରୀ ଛୁଇଁପାରେ । ପାଣିପାଗ ବିଶେଷଜ୍ଞ ଏଭଳି ପୂର୍ବାନୁମାନ କରିଛନ୍ତି ।

ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି, ୧୯ରୁ ୨୪ ତାରିଖ ଯାଏ ତାତି ବଢ଼ିବ । କିନ୍ତୁ ୨୧ରୁ ୨୩ ଯାଏ ପ୍ରବଳ ତାତି ରହିବ । ଉପକୂଳ ଅପେକ୍ଷା ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଅଧିକ ରହିବ । ସେ ସମୟରେ ଦେଶର ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ ଓ ଗରମ ପବନ ବହିବ । ସାମୁଦ୍ରିକ ପବନର ପ୍ରଭାବ ରହିବନି । ବର୍ଷାର ବି ସମ୍ଭାବନା ନାହିଁ । ଏଥିପାଇଁ ତାତି ବଢ଼ିବ ବୋଲି ସେ କହିଛନ୍ତି । ୨୫ ଓ ୨୬ରୁ ରାଜ୍ୟରେ ବର୍ଷା ହୋଇପାରେ ବୋଲି ସେ ପୂର୍ବାନୁମାନ କରିଛନ୍ତି ।

ପାଣିପାଗ ବିଭାଗ ଆକଳନ କରି କହିଛି, ଆସନ୍ତା ୪ ଦିନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିବ । ୧୯ରୁ ପ୍ରବଳ ଗରମ ଓ ଗୁଳଗୁଳି ଅନୁଭୂତ ହେବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଗରମ ଓ ଗୁଳଗୁଳି ରହିବ । ୨୦ରୁ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଓ କନ୍ଧମାଳେରେ ଗ୍ରୀଷ୍ମପ୍ରବାହ ବହିବ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

୨୦ରେ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଓ କନ୍ଧମାଳର କିଛି ସ୍ଥାନରେ ଗ୍ରୀଷ୍ମପ୍ରବାହ ବହିପାରେ । ୨୧ରେ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଗ୍ରୀଷ୍ମପ୍ରବାହ ସ୍ଥିତି ରହିବ । ୨୨ ଓ ୨୩ରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଶୁକ୍ରବାର ଚାନ୍ଦବାଲିରେ ଦିନ ତାପମାତ୍ରା ସର୍ବାଧିକ ୪୦.୧ ଡିଗ୍ରୀ ରେକର୍ଡ ହୋଇଛି । ନୂଆପଡ଼ାରେ ୪୦, ଭୁବନେଶ୍ୱର ଓ ବୌଦ୍ଧରେ ୩୯.୫, ବାରିପଦାରେ ୩୯.୨, ତାଳଚେର ଓ ଭଦ୍ରକରେ ୩୯ ଡିଗ୍ରୀ ରେକର୍ଡ ହୋଇଛି ।

  • PrameyaOdia
  • prameya
  • Heat Wave
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.