ପ୍ରମୂଖ ଖବର
  • ଭୁବନେଶ୍ବର OSSSC ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ । କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଘେରାଉ
  • ||
  • ଢ଼େଙ୍କାନାଳ: ଦୁଷ୍କର୍ମ ପୀଡ଼ିତାଙ୍କୁ ଭେଟିଲେ ମହିଳା କମିଶନ
  • ||
  • କଳାହାଣ୍ଡି: ପୂଜକଙ୍କୁ ଚାପଡରେ ହାଣିଲେ ଦୁୁର୍ବୃତ୍ତ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଚନ୍ଦନେଶ୍ବର: ବ୍ୟାଙ୍କ ଭିତରୁ ଲୁଟ୍, ଗ୍ରାହକଙ୍କ ଠାରୁ ୩୦ହଜାର ନେଇଗଲେ ଲୁଟେରା
  • ||
  • ଦୁର୍ନୀତି ଅଭିଯୋଗ ଆସିଲେ ମାଫ୍ ନାହିଁ, ୫ ବର୍ଷରେ ୮୧ ସରପଞ୍ଚଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ
  • ||
  • ଭୁବନେଶ୍ଵର : ୧୦ ବର୍ଷରେ ୨୫ ବାଘ ଏବଂ ୪୧ ହାତୀଙ୍କୁ ହତ୍ୟା କରିଛନ୍ତି ଶିକାରୀ, ହାତୀ ମଣିଷ ଲଢେଇରେ ଯାଇଛି ୧୧୪୫ ଜୀବନ
  • ||
  • ଢେଙ୍କାନାଳ ଲଜ୍ଜ୍ୟା : ୪ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ସହ ଡିଏନଏ ଟେଷ୍ଟ ପାଇଁ ହେଲା ନମୁନା ସଂଗ୍ରହ
  • ||
  • କୋଲକାତା ଆନ୍ଦୋଳନରତ ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗ ଦିଅ, ନହେଲେ କାର୍ଯ୍ୟାନୁଷ୍ଠାନ
  • ||
  • ଦୁର୍ବଳ ହୋଇ ଛତିଶଗଡ଼ ମୁହାଁ ଲଘୁଚାପ: ଭୀଷଣ ବର୍ଷା ପାଇଁ ମାଲକାନଗିରି, ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା
  • ||

ଆସନ୍ତା ୧୩ରୁ ତିନିଦିନ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲେ ଏସ୍‌ଆରସି

ଭୁବନେଶ୍ୱର,୧୨/୦୮: ଆସନ୍ତା ୧୩  ତାରିଖ(ମଙ୍ଗଳବାର) ରାଜ୍ୟର ୧୭ ଜିଲ୍ଲାରେ  ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର,  ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା,  ସମ୍ୱଲପୁର, ବରଗଡ଼, ସୋନପୁର, ବଲାଙ୍ଗିର,  ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ,  ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା  ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ  ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏ ନେଇ  ସ୍ୱତନ୍ତ୍ର ରିଲିଫ୍‌ କମିଶନର ସତର୍କ ସୂଚନା ଜାରି  କରିଛନ୍ତି । ଜିଲ୍ଲାପାଳମାନଙ୍କୁ ପ୍ରାକ୍‌ ପ୍ରସ୍ତୁତି କରିବାକୁ  ଅନୁରୋଧ କରିଛନ୍ତି ।  

ସେହିପରି ୧୪ ତାରିଖରେ ମୟୂରଭଞ୍ଜ,  କେନ୍ଦୁଝର, ବାଲେଶ୍ୱର ଓ ସୁନ୍ଦରଗଡ଼ ଜିଲ୍ଲାରେ  ପ୍ରବଳ ବର୍ଷା ହେବ । ୧୫ରେ ମୟୂରଭଞ୍ଜ, କେନ୍ଦୁଝର,  ବାଲେଶ୍ୱର, ସୁନ୍ଦରଗଡ଼ ସମେତ ଭଦ୍ରକ ଓ ଯାଜପୁର  ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର  ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।  

ସୋମବାର ରାଜ୍ୟରେ କାଁ ଭାଁ କିଛି ସ୍ଥାନରେ ବର୍ଷା  ହେବ । ସକାଳ ୮ଟା ୩୦ ପର୍ଯ୍ୟନ୍ତ ନୂଆପଡ଼ା,  ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରର  କିଛି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ  ଆକଳନ କରିଛି ।  

ରବିବାର ସକାଳ ୮ଟା ୩୦ରୁ ସନ୍ଧ୍ୟା ୫ଟା ୩୦  ମଧ୍ୟରେ ଭବାନୀପାଟଣାରେ ୧୪ ମିଲିମିଟର ବର୍ଷା  ହୋଇଥିବା ବେଳେ ଭଦ୍ରକରେ ୯ ମିଲିମିଟର,  ମାଲକାନଗିରିରେ ୫ ମିଲିମିଟର ଓ ପାରାଦୀପରେ  ୪ ମିଲିମିଟର ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ  ପାଣିପାଗ କେନ୍ଦ୍ର ରେକର୍ଡ କରିଛି ।

  • PrameyaOdia
  • prameya
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.