ପ୍ରମୂଖ ଖବର
  • ବାଟବାଟୀ ବ୍ୟାଟଲ ; ଟସ୍ ଜିତି ଇଂଲଣ୍ଡର ବ୍ୟାଟିଂ ନିଷ୍ପତ୍ତି, ବୋଲିଂ କରିବ ଭାରତ, ଫେରିଲେ କୋହଲି
  • ||
  • ଯାଜପୁର : ଶୋଇଥିବା ବେଳେ ଷ୍ଟୁଡିଓ ମାଲିକଙ୍କୁ ନିର୍ମମ ହତ୍ୟା, ପୋଲିସର ତଦନ୍ତ ଆରମ୍ଭ
  • ||
  • ଛତିଶଗଡ଼ ବିଜାପରୁରେ ଏନ୍‌କାଉଣ୍ଟ, ଯବାନଙ୍କ ଗୁଳିରେ ଟଳିଲେ ୧୨ ମାଓବାଦୀ
  • ||
  • ନକଲି ଗୁଟଖା ଫ୍ୟାକ୍ଟ୍ରିରେ ଦିଲ୍ଲୀ, ଆନ୍ଧ୍ର ଜିଏସ୍‌ଟି ଟିମ୍‌ର ଚଢ଼ାଉ, ବିଭିନ୍ନ ସାମଗ୍ରୀ ଜବତ
  • ||
  • ଜଗତସିଂହପୁର ପିଏନ୍‌ବି ବ୍ୟାଙ୍କରେ ଅଗ୍ନିକାଣ୍ଡ, ନିଆଁ ଆୟତ୍ତ କରିବାକୁ ଉଦ୍ୟମ ଜାରି
  • ||
  • ହେଲିକପ୍ଟର ଯୋଗେ କଟକ ଯିବେ ମୁଖ୍ୟମନ୍ତ୍ରୀ, ବାରବାଟୀରେ ଭାରତ- ଇଂଲଣ୍ଡ ଲଢ଼େଇ ଦେଖିବେ
  • ||
  • ବାରବାଟୀ ଲଢ଼େଇ: ସୁପର ସନ୍‌ଡେ'ରେ ଭାରତ-ଇଂଲଣ୍ଡ ଦ୍ୱିତୀୟ ଦିନିକିଆ, ଟିମ୍‌କୁ ଫେରିବେ କୋହଲି, ରିଷଭ
  • ||
  • ରବିବାରଠୁ ଉପରମୁହାଁ ହେବ ପାରଦ,୨ରୁ ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||

ଜାଡ଼ରେ ଥରୁଛି ଓଡ଼ିଶା, ଶୀତ ଆହୁରି ୪ରୁ ୫ ଦିନ କରିବ କଲବଲ: ଦୁଇ ଦିନ କୁହୁଡି ସମ୍ଭାବନା

Published By : Prameya | January 20, 2025 7:35 AM

ଭୁବନେଶ୍ୱର,୨୦/୦୧: ଆସନ୍ତା ଦୁଇ ଦିନ ରାଜ୍ୟରେ କୁହୁଡ଼ି ଦୃଶ୍ୟମାନ ହୋଇପାରେ । ସୋମବାର ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, କଳାହାଣ୍ଡି,  କନ୍ଧମାଳ, ସୁନ୍ଦରଗଡ଼, କୋରାପୁଟ  ଓ କଟକରେ ସ୍ୱଳ୍ପରୁ ମଧ୍ୟମ ଧରଣର  କୁହୁଡ଼ି ଦେଖାଯିବ । 

ମଙ୍ଗଳବାର  ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା,  କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, କଳାହାଣ୍ଡି, କନ୍ଧମାଳ ଓ ସୁନ୍ଦରଗଡ଼ରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ଜି. ଉଦୟଗିରିରେ ରାତି ତାପମାତ୍ରା ୫ ଡିଗ୍ରୀ ତଳକୁ ଖସିଛି ।  ଏଠାରେ ପାରଦ ୪.୮  ଡିଗ୍ରୀ ସେଲସିୟସ୍‌ ରେକର୍ଡ  ହୋଇଛି । ସେମିଳିଗୁଡ଼ାରେ ୭.୨, ଦାରିଙ୍ଗିବାଡ଼ି ଓ ଝାରସୁଗୁଡ଼ାରେ  ୯ ଡିଗ୍ରୀ, ରାଉରକେଲାରେ ୯.୫,  ଭଦ୍ରକରେ ୧୦, କେନ୍ଦୁଝରରେ ୧୦.୪, କୋରାପୁଟରେ ୧୦.୫, ଭବାନୀପାଟଣାରେ ୧୦.୬ ଡିଗ୍ରୀ  ରେକର୍ଡ ହୋଇଛି । ଆସନ୍ତା ୪ରୁ  ୫ ଦିନ ଯାଏ ରାଜ୍ୟରେ ଶୀତ  ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.