ଭୁବନେଶ୍ୱର,୨୬/୦୧: ରାଜ୍ୟରେ ଆହୁରି ଦୁଇ ଦିନ ଘନ କୁହୁଡ଼ି ଦେଖାଯିବ । ରବିବାର ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ ଓ ସୁନ୍ଦରଗଡ଼ ଜିଲ୍ଲାରେ ଘନ କୁହୁଡ଼ି ଦେଖା ଦେଇପାରେ ।
ସୋମବାର ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ ଓ ସୁନ୍ଦରଗଡ଼ରେ ଘନ କୁହୁଡ଼ି ରହିବ । ସେମିଳିଗୁଡ଼ାରେ ରାତି ତାପମାତ୍ରା ସବୁଠୁ କମ୍ ୧୦.୫ ଡିଗ୍ରୀ ଥିଲା । ଫୁଲବାଣୀରେ ୧୧.୫ଡିଗ୍ରୀ, ଦାରିଙ୍ଗିବାଡ଼ିରେ ୧୩ ଓ କୋରାପୁଟରେ ୧୩.୫ ଡିଗ୍ରୀ ଥିଲା ।