ଭୁବନେଶ୍ୱର,୧୪/୦୯: ଆସନ୍ତା ଦୁଇ ଦିନ ରାଜ୍ୟର ବିକ୍ଷିପ୍ତ ସ୍ଥାନରେ ଭାରୀ ବର୍ଷା ହୋଇପାରେ । ରବିବାର ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ର ବିକ୍ଷିପ୍ତ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ଅଛି । ସୋମବାର ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି ଓ ରାୟଗଡ଼ାର କିଛି ସ୍ଥାନରେ ଭାରୀ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଦୁଇ ଦିନ ରାଜ୍ୟରେ ଅଧିକ ବର୍ଷା ହୋଇପାରେ । ରବିବାର ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ଅଛି । ସୋମବାର ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୧୬ ଓ ୧୭ ତାରିଖରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶା ସମେତ ଅନ୍ୟ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
Warnings over the State.
— Meteorological Centre, Bhubaneswar (@mcbbsr) September 13, 2025
Day-1 to Day-3 : Heavy Rainfall, Thunderstorm/Lightning & Gusty Surface Wind warning.
Day-4 & Day-5 : Thunderstorm/Lightning & Gusty Surface Wind warning.
Day-6 & Day-7 : No warning.#thunderstorm #Odisha #heavyrain #WeatherUpdate pic.twitter.com/EVT4v17z6E
ଶନିବାର ମାଲକାନଗିରିରେ ୧୮.୨ ମିମି ବର୍ଷା ହୋଇଛି । ଭଦ୍ରକରେ ୧୬, ଭୁବନେଶ୍ୱରରେ ୧୫.୨, କଟକରେ ୧୪.୬, ରାୟଗଡ଼ାରେ ୧୨.୨, ପୁରୀରେ ୧୦.୪ମିମି ବର୍ଷା ହୋଇଛି ।