PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ପୂଜାରେ ଲଘୁଚାପ, ୨୬ରୁ ୨୯ ଯାଏ ବର୍ଷା ଛେଚିବ

ଭୁବନେଶ୍ୱର,୨୪/୦୯: ପୂଜାରେ ବର୍ଷା ହେବା ଆଶଙ୍କା ଘନେଇଲାଣି । ଅକ୍ଟୋବର ୪ରେ କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ହୋଇପାରେ । ଏହାର ପ୍ରଭାବରେ ଆନ୍ଧରେ ଭାରୀ ବର୍ଷା ହେବ । ଦଶହରାରେ ଦକ୍ଷିଣ ଓଡିଶାରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ ଏଭଳି ଆକଳନ କରିଛନ୍ତି ।

ପୂଜା ପୂର୍ବରୁ ଲାଗ ଲାଗ ଦୁଇଟି ଘୂର୍ଣ୍ଣିବଳୟ ହେବ ବୋଲି ଗତକାଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର(ଆଇଏମ୍‌ଡି) ପୂର୍ବାନୁମାନ କରିଥିଲା । କିନ୍ତୁ ଅକ୍ଟୋବର ୧ରେ ମିଆଁମାର ଉପକୂଳରେ ଯେଉଁ ଘୂର୍ଣ୍ଣିବଳୟ ହେବ ତାହା ଲଘୁଚାପ ରୂପ ନେବ ବୋଲି ପ୍ରଫେସର ପଶୁପାଳକ କହିଛନ୍ତି । କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗର ହେବାକୁ ଥିବା ଏହି ଲଘୁଚାପ ଆନ୍ଧ୍ରରେ ଅଧିକ ବର୍ଷା କରାଇବ । ତେବେ ଓଡ଼ିଶାର କେନ୍ଦ୍ରୀୟ ଓ ଉତ୍ତର ଉପକୂଳରେ ଦଶହରାରେ ସ୍ୱଳ୍ପ ବର୍ଷା ହେବ । ଦକ୍ଷିଣରେ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଦଶହରା ଆଗରୁ ଆସନ୍ତା ୨୫ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ହୋଇପାରେ । ଏହା ୨୯ ତାରିଖ ଯାଏ ଓଡିଶା ଉପକୂଳ ସଂଲଗ୍ନ ବଙ୍ଗୋପସାଗରରେ ରହିପାରେ । ଏହା ପ୍ରଭାବରେ ୨୬ରୁ ୨୯ ଯାଏ ରାଜ୍ୟରେ ବର୍ଷା ହେବ । ଏହି ୫ ଦିନରେ ରାଜଧାନୀ ସମେତ ଉପକୂଳରେ ମୋଟ ବର୍ଷା ପରିମାଣ ୫୦ରୁ ୬୦ ମିଲିମିଟର ରହିବ । ଉତ୍ତର ଆଭ୍ୟନ୍ତରୀଣ ସୀମାବର୍ତ୍ତୀ ପଶ୍ଚିମ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ୬୦ରୁ ୭୦ମିମି ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ବାକି ଅଞ୍ଚଳରେ ୩୦ରୁ ୪୦ମିମି ବର୍ଷା ହୋଇପାରେ ବୋଲି ପ୍ରଫେସର ପଶୁପାଳକ କହିଛନ୍ତି । ୨୯ ବା ୩୦ରେ କେନ୍ଦ୍ରୀୟ ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ହେବାର ସମ୍ଭାବନା ଅଛି । କିନ୍ତୁ ଏହାଦ୍ୱାରା ରାଜ୍ୟରେ ବିଶେଷ ବର୍ଷା ନାହିଁ ବୋଲି ସେ କହିଛନ୍ତି ।

ସମ୍ବନ୍ଧିତ ଖବର