ପ୍ରମୂଖ ଖବର
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

୨୭ରେ ପୁଣି ଲଘୁଚାପ ସମ୍ଭାବନା, ୨୬ରୁ ୨ ତାରିଖ ଯାଏ ରାଜ୍ୟର ବିସ୍ତୃତ ଅଞ୍ଚଳରେ ଅଧିକ ବର୍ଷିବା ନେଇ ଆକଳନ

Published By : Prameya | June 20, 2025 7:22 AM

ଭୁବନେଶ୍ୱର,୨୦/୦୬: ଆସନ୍ତା ୨୭  ତାରିଖରେ ରାଜ୍ୟରେ ପୁଣି ଏକ ଲଘୁଚାପ  ସୃଷ୍ଟି ହୋଇପାରେ । ଉତ୍ତର ବଙ୍ଗୋପସାଗର ଓ  ସଂଲଗ୍ନ ପଶ୍ଚିମବଙ୍ଗ ଓ ବାଲାଂଦେଶ ଉପକୂଳରେ ଏହି ଲଘୁଚାପ ସୃଷ୍ଟିର ସମ୍ଭାବନା ଅଛି । ଏହା  ପ୍ରଭାବରେ ୨୬ରୁ ୨ ତାରିଖ ଯାଏ ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ଅଧିକ ବର୍ଷା ସମ୍ଭାବନା ଅଛି । ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)  ବିସ୍ତାରିତ ଆକଳନ କରି ଏହି ସୂଚନା ଜାରି କରିଛି । 

ଆଇଏମ୍‌ଡି ପୂର୍ବାନୁମାନ କହୁଛି, ଦେଶର ଉତ୍ତର ପୂର୍ବ, ଝାଡ଼ଖଣ୍ଡ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ  ଉପରେ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆସନ୍ତା ଦୁଇ ଦିନରେ ଦୁର୍ବଳ ହୋଇଯିବ । ତେବେ ୧୯ରୁ ୨୨  ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା  ହୋଇପାରେ । ୨୫ ତାରିଖ ଯାଏ ଅଧିକାଂଶ ସ୍ଥାନରେ  ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ୪୦ରୁ  ୫୦ କିମି ବେଗରେ ପବନ ବି ବହିପାରେ । ୨୬  ତାରିଖ ସୁଦ୍ଧା ମୌସୁମୀ ଦେଶର ସବୁ ସ୍ଥାନକୁ ଅଗ୍ରସର  ହୋଇଯିବ ବୋଲି ବିସ୍ତାରିତ ଆକଳନରେ କୁହାଯାଇଛି । 

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ  ଅନୁସାରେ, ୨୦ ତାରିଖରେ ସୁନ୍ଦରଗଡ଼ ଓ  ଝାରସୁଗୁଡ଼ାରେ ବର୍ଷା ହୋଇପାରେ । ୨୧ ଓ ୨୨  ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରରେ ଅଧିକ  ବର୍ଷା ସମ୍ଭାବନା ଅଛି । 

ଗୁରୁବାର ହୀରାକୁଦରେ  ୩୨.୬ମିମି ବର୍ଷା ହୋଇଛି । ସମ୍ବଲପୁରରେ  ୧୯.୩, ଝାରସୁଗୁଡ଼ାରେ ୧୭.୪, ତାଳଚେରରେ  ୧୬.୪, ରାଉରକେଲାରେ ୧୫.୫ ଓ ଅନୁଗୁଳରେ  ୧୫ମିମି ବର୍ଷା ରେକର୍ଡ ହୋଇଛି । ଜୁନ୍‌ ୧୫  ତାରିଖ ସୁଦ୍ଧା ୪୨% ନିଅଣ୍ଟିଆ ବର୍ଷା ହୋଇଥିଲା ।  ଗତ ୪ ଦିନରେ ଲଘୁଚାପ ପ୍ରଭାବରେ ଭଲ ବର୍ଷା  ଯୋଗୁ ୪୨% ନିଅଣ୍ଟିଆ ସ୍ଥିତି ଭରଣା ହୋଇଛି ।  ଶିମିଳିପାଳ ଓ ବରେହିପାଣିରେ ପ୍ରବଳ ବର୍ଷା ହୋଇଛି ।  ସୁବର୍ଣ୍ଣରେଖାରେ ନଦୀ ଜଳ ବିପଦ ସଙ୍କେତ ପାର୍‌ କରିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.