ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୩ରେ ବାତ୍ୟା, ୨୪ରେ ଲ୍ୟାଣ୍ଡଫଲ୍

Published By : Prameya | October 21, 2024 9:15 AM

ଭୁବନେଶ୍ୱର,୨୧/୧୦: ସୋମବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପ ପରିଣତ ହୋଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ୨୨ ତାରିଖରେ ଅବପାତ ରୂପ ନେବ । ୨୩ ତାରିଖରେ ବାତ୍ୟାରେ ପରିଣତ ହେବ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ବାତ୍ୟା ସୃଷ୍ଟି ହେବ । ଏହି ବାତ୍ୟା ଉତ୍ତର ପଶ୍ଚିମ ଦିଗରେ ଆଗେଇବ । ୨୪ ତାରିଖ ସକାଳେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବ ।  

୨୪ ତାରିଖରେ ଓଡ଼ିଶା ଉପକୂଳରେ ମାଡ଼ ହେବ ବାତ୍ୟା ‘ଦାନା’ ।  ଗୁରୁବାର ସକାଳେ ଏହା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସ୍ଥଳ ଭାଗରେ ପ୍ରବେଶ କରିପାରେ । ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଏଭଳି ପୂର୍ବାନୁମାନ କରିଛି । 

ନିର୍ଦ୍ଦିଷ୍ଟ କେଉଁଠି ଏବଂ କେଉଁ ସମୟରେ ବାତ୍ୟା ମାଡ଼ ହେବ, ସେ ନେଇ ବିଭିନ୍ନ ପାଣିପାଗ ମଡେଲ ଭିନ୍ନ ଭିନ୍ନ ପୂର୍ବାନୁମାନ ଦେଇଛନ୍ତି । ୨୪ ତାରିଖ ସକାଳୁ ୨୫ ତାରିଖ ସକାଳ ଭିତରେ ପୁରୀଠାରୁ ଉତ୍ତର ବାଲେଶ୍ୱର ମଧ୍ୟରେ ସ୍ଥଳଭାଗକୁ ପଶିବ । ଘଣ୍ଟା ପ୍ରତି ୧୨୦ କିମି ବେଗ ଯାଏ ପବନ ମାଡ଼ ହେବା ଆଶଙ୍କା ରହିଛି । ୨୩ ତାରିଖରୁ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ । ଉପକୂଳ ଓଡ଼ିଶାରେ ନିର୍ଘାତ ଛେଚିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,  ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ  ୭୦ରୁ ୧୧୦ ମିମି ଯାଏ ବର୍ଷା ହୋଇପାରେ ।  

୨୪ ତାରିଖରେ ରାଜ୍ୟରେ ଅତି ଭୀଷଣ ବର୍ଷା ହେବ । ବାତ୍ୟା ଲ୍ୟାଣ୍ଡଫଲ୍‌ କରିବା ବେଳେ ପବନ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷିବ । ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଜଗତସିଂହପୁରରେ  ୨୦୦ ମିମିରୁ ଅଧିକ ବର୍ଷା ହୋଇପାରେ । ଏହି ୪ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି ।  

କେନ୍ଦ୍ରାପଡ଼ା, କଟକ, ନୟାଗଡ଼, କନ୍ଧମାଳ ଓ  ଗଜପତି ଜିଲ୍ଲାରେ ୭୦-ରୁ ୨୦୦ ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଅଛି । ଏହି ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଭଦ୍ରକ, ବାଲେଶ୍ୱର, ଯାଜପୁର,  ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି,  ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ  ଓ କେନ୍ଦୁଝର ଜିଲ୍ଲାରେ ବି ପ୍ରବଳ ବର୍ଷିବ ।  ମତ୍ସ୍ୟଜୀବୀମାନେ ୨୬ ତାରିଖ ଯାଏ ସମୁଦ୍ରକୁ  ନ ଯିବାକୁ ସତର୍କ କରାଇଛି ପାଣିପାଗ ବିଭାଗ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.