ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ଆହୁରି ୩ ଦିନ ଭିଜିବ ଓଡ଼ିଶା: ବାହୁଡ଼ାରେ ବର୍ଷା ସମ୍ଭାବନା, ୬ ଜିଲ୍ଲାକୁ ଆଲର୍ଟ ଜାରି

Published By : Prameya | July 5, 2025 7:28 AM

ଭୁବନେଶ୍ୱର,୫/୦୭: ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିବ । ତା’ପରେ ମଧ୍ୟ ଶୁଖିଲା ପାଗ ସମ୍ଭାବନା କମ୍‌ । ଆସନ୍ତା ୩ ଦିନ କାଳରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି । 

ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ଏକ  ଘୂର୍ଣ୍ଣିବଳୟ ଅଛି । ଆଉ ଏକ ଟର୍ଫ ଲାଇନ ଏହି ଘୂର୍ଣ୍ଣିବଳୟ ଉପର  ଦେଇଯାଇଛି । ସେହିପରି ମୌସୁମୀ  ଟର୍ଫ ଉତ୍ତର ପୂର୍ବ ବଙ୍ଗୋପସାଗର  ପର୍ଯ୍ୟନ୍ତ ଲମ୍ବିଛି । ଏହା ପ୍ରଭାବରେ  ରାଜ୍ୟରେ ପାଗ ବର୍ତ୍ତମାନ ମେଘୁଆ  ରହିବା ସମ୍ଭାବନା ଅଛି । ଗତ ୨୪  ଘଣ୍ଟାରେ ଅନେକ ସ୍ଥାନରେ ବର୍ଷା  ହୋଇଛି । 

ଆଜି ବାହୁଡ଼ା ଯାତ୍ରାରେ ରାଜ୍ୟର ଅଧିକାଂଶ  ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର  ବର୍ଷା ହୋଇପାରେ । ମୟୂରଭଞ୍ଜ,  କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା,  ସମ୍ବଲପୁର, ଦେବଗଡ଼ର ଗୋଟିଏ ୨ଟି  ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପବନ ସହ ଘଡ଼ଘଡି ଆଶଙ୍କା ବି ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,  ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, ବରଗଡ଼ରେ ବଜ୍ରପାତ ଓ ପବନ ହୋଇପାରେ । ଆଜି ପୁରୀରେ ପାଗ ଆଂଶିକ ମେଘୁଆ ରହିପାରେ । ମଧ୍ୟମ  ଧରଣର ବର୍ଷା ହୋଇପାରେ । ଭୁବନେଶ୍ୱରରେ ମଧ୍ୟ ଏଭଳି ପାଗ ସମ୍ଭାବନା ରହିଛି ।  

୬ ତାରିଖ (ରବିବାର) ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା  ସହ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ାରେ  ପ୍ରବଳ ବର୍ଷା ହୋଇପାରେ । ୭ରେ ଅନେକ ସ୍ଥାନରେ ବର୍ଷା ଏବଂ ସୁନ୍ଦରଗଡ଼,  ଝାରସୁଗୁଡ଼ାରେ ପ୍ରବଳ ବର୍ଷା ଆଶଙ୍କା ଅଛି । ୮ରୁ ବର୍ଷା ପରିମାଣ କମିପାରେ, ତଥାପି  ଅଳ୍ପ କେତେକ ସ୍ଥାନରେ ବର୍ଷା ରହିବା ନେଇ ଆକଳନ କରାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.