ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ସୋମବାର ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା, ୧୫ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର,୧୦/୦୬: ସୋମବାର ଉପକୂଳ ଓଡ଼ିଶାରେ ବର୍ଷା ହୋଇପାରେ । ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ବି ହେବ । କାଳବୈଶାଖୀ ପ୍ରଭାବରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହିତ ପବନ ବହିପାରେ  ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,  କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା,  ନୟାଗଡ଼, ଗଞ୍ଜାମ, ଗଜପତି, ସମ୍ବଲପୁର,  ଝାରସୁଗୁଡ଼ା, ବୌଦ୍ଧ ଓ ନୂଆପଡ଼ାରେ ବର୍ଷା  ସମ୍ଭାବନା ଅଛି । ସୋମବାର ଉପକୂଳ ଓଡ଼ିଶାର କିଛି  ସ୍ଥାନରେ ଗୁଳୁଗୁଳି ହୋଇପାରେ । 

୧୨ ତାରିଖରେ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ  ବହିବ । ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ  ଓ ନୂଆପଡ଼ାରେ ଗ୍ରୀଷ୍ମଲହରୀ ବହିବ ।  ଉପକୂଳର ବିଭିନ୍ନ ସ୍ଥାନରେ କାଳବୈଶାଖୀ  ପ୍ରଭାବରେ ବର୍ଷା ଜାରି ରହିବ । ୧୩ ତାରିଖ  ଯାଏ ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି ।  ରବିବାର ନୂଆପଡ଼ାରେ ଦିନ ତାପମାତ୍ରା ସର୍ବାଧିକ  ୪୩ ଡିଗ୍ରୀ ରେକର୍ଡ ହୋଇଛି । 

  • PrameyaOdia
  • prameya
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.