ପ୍ରମୂଖ ଖବର
  • ରଥଯାତ୍ରା ଏଂବ ସ୍ନାନ ପୂର୍ଣ୍ଣିମାକୁ ନେଇ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିବ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ
  • ||
  • ପଙ୍କରେ ଫସିଲେ ୩ ଦନ୍ତା ହାତୀ, ଖାଦ୍ୟ ଅନ୍ବେଷଣରେ ଆସି ଅଟକି ରହିଛନ୍ତି
  • ||
  • ମୋହନା: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ
  • ||
  • ଜମି ବିବାଦକୁ ନେଇ ମାଆ ଓ ଝିଅଙ୍କୁ ଛୁରା ମାଡ଼ ଘଟଣା, ଜେଲ ଗଲା ଅଭିଯୁକ୍ତ ସୂରଜ
  • ||
  • ଭାରତୀୟ ରେଳବାଇ ରଚିଲା ଇତିହାସ, 'ଲିମକା ବୁକ୍ ଅଫ୍ ରେକର୍ଡସ'ରେ ପାଇଲା ସ୍ଥାନ
  • ||
  • କରଞ୍ଜିଆ: ଫେରିଲେ ଝାଡ଼ଖଣ୍ଡି ହାତୀପଲ, ୨୦ରୁ ଊର୍ଦ୍ଧ୍ବ ଗାଁରେ ଭୟର ବାତାବରଣ
  • ||
  • ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର, ନିଆଁରେ ପୋଡି ହୋଇ ମହିଳା ଗୁରୁତର
  • ||
  • ଆଜି ଶେଷ ରଜ ଉତ୍ସବ: ସବୁଠି ପିଠା, ମିଠା, ପାନର ଆସର
  • ||
  • ଆଜି ପିତୃ ଦିବସ: ବାପାଙ୍କ ପାଇଁ ଦିନଟିଏ, ବାପା ବିଶ୍ବାସର ବରଗଛ, ଭରଷାର ଭବିଷ୍ୟତ
  • ||
  • ଓଡ଼ିଶାରେ ନାକେଦମ୍ କରୁଛି ତାତି, କାଲିଠୁ ମିଳିବ ଆଶ୍ୱସ୍ତି: ୨୪ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା
  • ||

ଦାନା ବାନ୍ଧୁଛି ବାତ୍ୟା ‘ରେମାଲ୍‌’: ୨୫ରେ ବାତ୍ୟା ରୂପ ନେବ, ୨୬ରେ ଭୀଷଣ ବାତ୍ୟାରେ ହେବ ପରିଣତ

ଭୁବନେଶ୍ୱର,୨୪/୦୫: ବଙ୍ଗୋପସାଗରରେ ଦାନା ବାନ୍ଧିଲାଣି ବାତ୍ୟା ‘ରେମାଲ୍‌’। ବୁଧବାର ଦକ୍ଷିଣ ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଗୁରୁବାର ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ୨୪ ତାରିଖ ସୁଦ୍ଧା ଏହା ଅବପାତ ରୂପ ନେବ । ୨୫ ତାରିଖ ସକାଳେ ବାତ୍ୟା ରୂପ ନେବ । ୨୬ ତାରିଖ ସନ୍ଧ୍ୟାରେ ଭୀଷଣ ବାତ୍ୟାରେ ପରିଣତ ହେବ । ବାଂଲାଦେଶ ଓ ପଶ୍ଚିମବଙ୍ଗ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏହା ଲ୍ୟାଣ୍ଡଫଲ୍‌ କରିପାରେ ବୋଲି ପାଣିପାଗ ବିଭାଗ(ଆଇଏମ୍‌ଡି) ପୂର୍ବାନୁମାନ ଦେଇଛି ।

ଏହି ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବନି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । କେନ୍ଦ୍ରର ନିର୍ଦ୍ଦେଶିକା  ମନୋରମା ମହାନ୍ତି କହିଛନ୍ତି, ବାତ୍ୟା ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ। ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ବହୁ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କାଁ ଭାଁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।  ୨୭ରେ ବି କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର ଓ ମୟୂରଭଞ୍ଜର କିଛି ସ୍ଥାନରେ ବର୍ଷା ହେବ । ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଉତ୍ତର-ପୂର୍ବ ଦିଗରେ ଗତି କରୁଛି । ୨୪ ତାରିଖ ସକାଳେ ଅବପାତ ହେବା ପରେ ଏହା ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେବ । ୨୫ ତାରିଖ ସକାଳୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହେବ । ୨୬ରେ ଭୀଷଣ ବାତ୍ୟା ହୋଇ ବାଲାଂଦେଶ ଓ ପଶ୍ଚିମବଙ୍ଗ ଉପକୂଳ ସଂଲଗ୍ନ ଅଞ୍ଚଳରେ ମାଡ଼ ହେବ । ବାତ୍ୟା ହେବା ପରେ ଘଣ୍ଟାକୁ ୯୦ କିମି ବେଗରେ ପବନ ବହିବ । 

ଓମାନ୍‌ ପ୍ରସ୍ତାବିତ ନାମ ମୁତାବକ ବାତ୍ୟାର ନାଁ ‘ରେମାଲ୍‌’ ହେବ । ଭୀଷଣ ବାତ୍ୟା ପରେ ଉତ୍ତର ବଙ୍ଗୋପସାଗରରେ ୧୦୦ରୁ ୧୧୦ କିମି ବେଗରେ ପବନର ଝଟ୍‌କା ଅନୁଭୂତ ହେବ । ବାତ୍ୟା ପ୍ରଭାବରେ ଉତ୍ତର ଓଡ଼ିଶାରେ ୨୫ ତାରିଖ ସନ୍ଧ୍ୟାରେ ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଜିଏଫ୍‌ଏସ୍‌ ମଡେଲର ଆକଳନ କରିଛି, ୨୬ ତାରିଖ ସକାଳ ୬ଟାରେ ଏହା ଓଡ଼ିଶାରେ ଲ୍ୟାଣ୍ଡଫଲ କରିବ । ୯୦ କିମି ବେଗରେ ପବନ ବହିବ । ସେହିଭଳି ଇସିଏମଡବ୍ଲୁଏଫ୍‌ ମଡେଲ ଭିନ୍ନ ଆକଳନ କରିଛି ୨୬ ତାରିଖ ଦିନ ୧୧ଟାରେ ଏହା ବାଲାଂଦେଶ ଓ ପଶ୍ଚିମବଙ୍ଗ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଲ୍ୟାଣ୍ଡଫଲ କରିବ ବୋଲି କୁହାଯାଇଛି ।

ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି ବାତ୍ୟା ପ୍ରଭାବରେ ଓଡ଼ିଶା ଉପକୂଳରେ ବର୍ଷା ହେବ । ୨୫ ତାରିଖ ଅପରାହ୍ନରୁ ବର୍ଷା ଆରମ୍ଭ ହୋଇଯିବ । ୨୬ ତାରିଖ ସକାଳେ ଭାରୀ ବର୍ଷା ହୋଇପାରେ । ପାଣିପାଗ ବିଭାଗ କହିଛି, ୨୬ରେ ବାଲେଶ୍ୱରରେ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ। ଭଦ୍ରକ ଓ କେନ୍ଦ୍ରାପଡ଼ାରେ ୭୦ରୁ ୧୧୦ମିମି ଯାଏ ବର୍ଷା ହୋଇପାରେ ।

ଗୁରୁବାର ନୂଆପଡ଼ାରେ  ଦିନ ତାପମାତ୍ରା ସର୍ବାଧିକ ୪୪ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି । ବଲାଙ୍ଗୀରରେ ୪୩ଡିଗ୍ରୀ, ବୌଦ୍ଧରେ ୪୨, ଟିଟିଲାଗଡ଼ରେ ୪୧, ଭବାନୀପାଟଣାରେ ୪୦.୫ ଡିଗ୍ରୀ ତାତି ରହିଛି ।

  • Weather
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.