ପ୍ରମୂଖ ଖବର
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ବୁଧବାରଠୁ କମିବ ଶୀତ, ୨ରୁ ୪ଡିଗ୍ରୀ ସେଲସିୟସ୍‌ ବଢ଼ିପାରେ ତାପମାତ୍ରା: ୪ ଜିଲ୍ଲାକୁ କୁହୁଡ଼ି ଆଲର୍ଟ

Published By : Prameya | November 26, 2024 7:27 AM

ଭୁବନେଶ୍ୱର,୨୬/୧୧: ଆସନ୍ତା ବୁଧବାରଠାରୁ ରାଜ୍ୟରେ ଶୀତ  କମିପାରେ । ଅଧିକାଂଶ ସ୍ଥାନରେ ପାରଦ ପ୍ରାୟ ୨ରୁ ୪ଡିଗ୍ରୀ ସେଲସିୟସ୍‌  ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ସୋମବାର ଜି.ଉଦୟଗିରି ସବୁଠୁ ଥଣ୍ଡା ଅଞ୍ଚଳ ଥିଲା । ଏଠାରେ  ରାତି ତାପମାତ୍ରା ୮.୨ ଡିଗ୍ରୀ ରେକର୍ଡ ହୋଇଛି । ଫୁଲବାଣୀରେ ୧୦ଡିଗ୍ରୀ,  ଭବାନୀପାଟଣା ଓ ଦାରିଙ୍ଗିବାଡ଼ିରେ ୧୧, ରାଉରକେଲାରେ ୧୧.୨,  ଝାରସୁଗୁଡ଼ାରେ ୧୧.୫, ସୁନ୍ଦରଗଡ଼, ବଲାଙ୍ଗିର ଓ କୋରାପୁଟରେ ୧୧.୮,  ନବରଙ୍ଗପୁରରେ ୧୨.୫, ଅନୁଗୁଳରେ ୧୩, ବୌଦ୍ଧରେ ୧୩.୫, କେନ୍ଦୁଝରରେ  ୧୩.୫ ଓ ଭଦ୍ରକରେ ୧୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । 

ଫୁଲବାଣୀ ଓ ରାଉରକେଲାରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇଛି ।  ଭବାନୀପାଟଣାରେ ମଧ୍ୟମ ଧରଣର କୁହୁଡ଼ି ଦେଖାଯାଇଥିଲା । ସୁନ୍ଦରଗଡ଼  ଓ କୋରାପୁଟରେ ସ୍ୱଳ୍ପ କୁହୁଡ଼ି ଦିଶିଥିଲା । 

ଆସନ୍ତା ଦୁଇ ଦିନ ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି  ଦୃଶ୍ୟମାନ ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.