ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ତାତିରେ ଲାଗିବ ବ୍ରେକ୍‌: ୩ରୁ ୫ ଡିଗ୍ରୀ ଖସିବ ପାରଦ, ଉପକୂଳ ସମେତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର,୦୫/୦୫: ରାଜ୍ୟରେ ତାତିରୁ ଆଶ୍ୱସ୍ତି ମିଳିବ । ପାରଦ ୩ ରୁ ୫ ଡିଗ୍ରୀ ଖସିବ । ଉପକୂଳ ଓଡିଶା ସମେତ ବିଭିନ୍ନ ସ୍ଥାନରେ କାଳ ବୈଶାଖୀ ହେବାର ପୂର୍ବାନୁମାନ କରିଛି ପାଣି ପାଗ ବିଭାଗ । ସେପଟେ ଶନିବାର ୨୫ ସହର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌ ଉପରେ ରହିଥିବା ବେଳେ ବୌଦ୍ଧ ଓ ନୂଆପଡ଼ାରେ ସର୍ବାଧିକ ୪୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । 

ପାଣି ପାଗ ବିଭାଗର ସୂଚନା ଅନୁସାରେ ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟରେ ପ୍ରବେଶ ହେଉଥିବା ବାୟୁ ଧୀରେ ଧୀରେ ଦୁର୍ବଳ ହେଉଛି। ସେପଟେ ରାଜ୍ୟକୁ ବଙ୍ଗୋପସାଗରରୁ ସାମୁଦ୍ରିକ ପବନ ଧୀରେ ଧୀରେ ବଢୁଛି । ଯାହା କାରଣରୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରଭାବରେ ଆଗାମୀ ୫ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ୭ ତାରିଖ ପରେ ବର୍ଷା ବଢିବାର ସମ୍ଭାବନା ଅଛି । କିଛି କିଛି ଜାଗାରେ ପ୍ରବଳ ବର୍ଷା ବି ହୋଇପାରେ । 

ଆଗାମୀ ୫ ଦିନ ଭିତରେ ରାଜ୍ୟରେ ଝଡ଼ ତୋଫାନ ସହିତ ବର୍ଷା ହେବ ବୋଲି ପାଣି ପାଗ ବିଭାଗ ପୂର୍ବାନୁମାନ କରିଛି । ରବିବାର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କଳାହାଣ୍ଡି, ମାଲକାନଗିରି ଓ ନବରଙ୍ଗପୁର ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ସର୍ତକ ରହିବାକୁ କୁହାଯାଇଛି । 

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.