PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାବୁଲ ସ୍ଥିତ ଏକ ମସଜିଦ୍‌ରେ ଭୟଙ୍କର ବିସ୍ଫୋରଣ , ବିସ୍ଫୋରଣରେ ୨୦ ମୃତ , ୪୦ ଆହତ , ଆହତଙ୍କୁ ନିଆଯାଉଛି ହସ୍ପିଟାଲ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୪ ଦିନ ଏଭଳି ବନ୍ୟା ସ୍ଥିତି ରହିବ, ଆଗାମୀ ୨୪ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସିଙ୍କ ସୂଚନା
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ଭେଜିଗୋରା ଗ୍ରାମରେ ପାଣି ଘେରରେ ଥିବା ଗର୍ଭବତୀ ମହିଳା ଓ ଅନ୍ୟ ଜଣେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ
  • ||
  • ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାସିମପୁର ପଞ୍ଚାୟତ ହେମେନ୍ଦ୍ର ନାଥ ହାଇସ୍କୁଲରେ କ୍ଲାସ ରୁମ୍‌ରେ ପଶିଲା ବନ୍ୟା ପାଣି, ବାତିଲ ହେଲା ପରୀକ୍ଷା
  • ||
  • ସୋର : ବାଲେଶ୍ବର ଜିଲ୍ଲା ନୀଳଗିରି ଅଧିନ ଔପଦା ବ୍ଲକର ବିଡ଼ିଓ ଅଭିଷେକ ଦାସଙ୍କର ବଦଳିକୁ ନେଇ ବୁଧବାର ଔପଦା ବ୍ଲକ୍ ସମ୍ମୁଖରେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ବୁଦ୍ଧିଜୀବୀ, ଔପଦାର ଜନସାଧାରଣଙ୍କ ଧାରଣା
  • ||
  • ଜଗତସିଂହପୁର : ତିର୍ତ୍ତୋଲ ବ୍ଲକର ଗୋତିଆକୁଦ ଗାଁରେ ହଠାତ ପାଣି ବଢିଯିବାରୁ ଗୋଟିଏ ପରିବାରର ୩ ଜଣ ଫଶି ରହିଥିଲେ, ବୁଧବାର ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି
  • ||
  • କଟକ : ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ
  • ||
  • ବାଲିପାଟଣା : ଧନୁଆ ନଦୀରେ ବନ୍ୟା, ବାଲିପାଟଣା ବ୍ଲକ୍‌ର ୫ଟି ପଞ୍ଚାୟତର ବିଭିନ୍ନ ଗାଁ ଜଳମଗ୍ନ
  • ||
  • ବାରିପଦା : ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • କଣାସ : ମକରା ନଦୀରେ ୫୦ ଫୁଟର ଘାଇ, ୨୦ ରୁ ଅଧିକ ଗାଁରେ ପଶିଲା ବନ୍ୟାଜଳ
  • ||
  • ଜଳେଶ୍ବର : ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||

ଏ ବର୍ଷ ବାତ୍ୟା ସଂଖ୍ୟା ଅଧିକ ହେବ ! ରାଜ୍ୟରେ ଦୁଇ ସପ୍ତାହ ଜାରି ରହିବ ବର୍ଷା, ବିଭିନ୍ନ ଜିଲ୍ଲାରେ ଛେଚିବ

representational image

ଭୁବନେଶ୍ୱର,୨୫/୦୬: ଆସନ୍ତା ଦୁଇ ସପ୍ତାହ ଯାଏ ରାଜ୍ୟରେ ବର୍ଷା ଜାରି ରହିବ । ୨୪ରୁ ୩୦ ତାରିଖ ଯାଏ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବ । ଏହି ସପ୍ତାହରେ ସ୍ୱାଭାବିକ ବର୍ଷା ହୋଇପାରେ । ସେହିଭଳି ଜୁଲାଇ ୧ରୁ ୭ ତାରିଖ ଯାଏ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।

ଆସନ୍ତା ୨୫, ୨୬, ୨୭ ଓ ୨୮ ତାରିଖ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଶନିବାର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବଲାଙ୍ଗିର, ନବରଙ୍ଗପୁର, ନୂଆପଡ଼ା, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ରବିବାର ଆଭ୍ୟନ୍ତରୀଣ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ବର୍ଷା ହୋଇପାରେ ।

ଚଳିତବର୍ଷ ବିଶ୍ୱର କିଛି ସ୍ଥାନରେ ଅଧିକ ସଂଖ୍ୟାରେ ବାତ୍ୟା ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି । ସମୁଦ୍ର ତାପମାତ୍ରା କମ୍‌ ଯୋଗୁ ଏହା ବାୟୁମଣ୍ଡଳରୁ ଅଧିକ ଉତ୍ତାପ ଶୋଷୁଛି । ବାୟୁପ୍ରବାହରେ ପରିବର୍ତ୍ତନ ଯୋଗୁ ଋତୁଚକ୍ର ଅନିୟମିତ ହୋଇଛି । ଏ ବର୍ଷ ବାତ୍ୟା ସଂଖ୍ୟା ଅଧିକ ହେବ ଓ ଏହା ଶକ୍ତିଶାଳୀ ବି ହୋଇପାରେ । ଏହାଦ୍ୱାରା କୃଷି କ୍ଷେତ୍ର ଅଧିକ ପ୍ରଭାବିତ ହେବ ବୋଲି ସେ କହିଛନ୍ତି । ସେହିଭଳି ଚଳିତବର୍ଷର ମେ ମାସ ବିଶ୍ୱସ୍ତରରେ ରେକର୍ଡ ୧୦ ଗରମ ମେ ମାସ ଭିତରୁ ଅନ୍ୟତମ । ଆମେରିକାର ପ୍ରମୁଖ ପାଣିପାଗ ସଂସ୍ଥା ଏନ୍‌ଓଏଏ ଅନୁସାରେ, ମେ ମାସର ତାପମାତ୍ରା ବିଂଶ ଶତାବ୍ଦୀର ସ୍ୱାଭାବିକ ତାପମାତ୍ରା ୧୪.୮ଡିଗ୍ରୀ ସେଲସିୟସ୍‌ଠାରୁ ୦.୭୭ ଡିଗ୍ରୀ ଅଧିକ ଥିଲା ।