ଭୁବନେଶ୍ୱର,୧୭/୦୪: ଆଜି ଉପକୂଳ ଓଡ଼ିଶାର ବିଭିନ୍ନ  ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା  ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର,  କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,  ପୁରୀ, ଖୋର୍ଦ୍ଧା, ନୟାଗଡ଼ ସମେତ  ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ  କେନ୍ଦୁଝର ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା  ହୋଇପାରେ । କେତେକ ସ୍ଥାନରେ ୪୦ରୁ  ୫୦ କିମି ବେଗରେ ପବନ ବହିବ ବୋଲି  ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୦  ତାରିଖ ଯାଏ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ  କାଳବୈଶାଖୀ ବର୍ଷା ସମ୍ଭାବନା ଅଛି ।