ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ରବିବାର ହାଲୁକା ବର୍ଷା ସମ୍ଭାବନା,୧୭ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି, ୨୬ରୁ କମିପାରେ

Published By : Prameya | June 22, 2025 7:25 AM

ଭୁବନେଶ୍ୱର,୨୨/୦୬: ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା  ବର୍ଷା ସମ୍ଭାବନା ଅଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା,  ବରଗଡ଼, ବଲାଙ୍ଗିର, ନୂଆପଡ଼ା, ସମ୍ବଲପୁର, ସୋନପୁର, କଳାହାଣ୍ଡି, କନ୍ଧମାଳ,  ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମର  କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ସୋମବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରର କିଛି ସ୍ଥାନରେ ବର୍ଷା ହୋଇପାରେ । ୨୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼,  ବାଲେଶ୍ୱର ଓ ଭଦ୍ରକରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୫  ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ର କିଛି ସ୍ଥାନରେ ପ୍ରବଳ ବର୍ଷା ସହିତ ଘଣ୍ଟାପ୍ରତି  ୩୦ରୁ ୪୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଶନିବାର ସୋନପୁରରେ ୨୭ ମିମି ବର୍ଷା ହୋଇଛି । କଟକରେ ୨୧.୨ମିମି,  ପାରାଦୀପରେ ୧୬ ଓ ନୟାଗଡ଼ ଓ ଜଗତସିଂହପୁରରେ ୩ମିମି ବର୍ଷା ହୋଇଛି ।  ଝାଡ଼ଖଣ୍ଡରେ ଅଧିକ ବର୍ଷା ଯୋଗୁ ବ୍ରାହ୍ମଣୀ ଓ ସୁବର୍ଣ୍ଣରେଖାରେ ଜଳସ୍ତର ସାମାନ୍ୟ  ବଢ଼ିଛି । ରାତି ୮ଟା ସୁଦ୍ଧା ସୁବର୍ଣ୍ଣରେଖାରେ ଜଳସ୍ତର ବିପଦ ସଙ୍କେତ ଉପରେ  ଥିଲା । ବାଲେଶ୍ୱରର ୪ଟି ବ୍ଲକ୍‌ରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ବସ୍ତା, ଭୋଗରାଇ, ଜଳେଶ୍ୱର ଓ ବାଲିଆପାଳର ୨୧ଟି ପଞ୍ଚାୟତର ୬୧ଟି ଗାଁରେ ବନ୍ୟା ପାଣି ପଶିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.