ଭୁବନେଶ୍ୱର,୧୬/୦୯: ଲଘୁଚାପ ପ୍ରଭାବରେ ରାଜ୍ୟର ଉତ୍ତର ଓଡ଼ିଶା  ଓ ଉପକୂଳ ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ ।  ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼,  ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,  ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର,  ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼,  ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ହେବ ।

୧୭ ତାରିଖରେ ମଧ୍ୟ ଉପକୂଳ ଓଡ଼ିଶା ଓ ଉତ୍ତର  ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ଅଛି । ବାଲେଶ୍ୱର,  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର,  ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ,  କେନ୍ଦୁଝର ଓ ସୁନ୍ଦରଗଡ଼ରେ ସ୍ୱଳ୍ପରୁ ମଧ୍ୟମ ଧରଣର  ବର୍ଷା ହୋଇପାରେ । ୧୮ ଓ ୧୯ ତାରିଖରେ ମଧ୍ୟ ଉତ୍ତର  ଓଡ଼ିଶା ଓ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା  ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।  

​​​​​​​

ସୋମବାର କେନ୍ଦୁଝରରେ ୪୩ ଓ ଅନୁଗୁଳରେ ୪୧ ମିମି  ବର୍ଷା ହୋଇଛି । ଟିଟିଲାଗଡ଼ରେ ୩୨, ରାଉରକେଲାରେ  ୨୭.୬, ତାଳଚେରରେ ୨୩, ସୁନ୍ଦରଗଡ଼ରେ  ୨୦.୨, ବଲାଙ୍ଗିରରେ ୧୮.୫, ନୂଆପଡ଼ାରେ ୧୭,  ଝାରସୁଗୁଡ଼ାରେ ୧୬.୩ ମିମି ବର୍ଷା ରେକର୍ଡ କରାଯାଇଛି ।