ମେଷ :  କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର, ଘାତତିଥି ଯୋଗୁ ମାନସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ହେବେ ଏବଂ ତାଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ପାରିବାରିକ ବିବାଦ ଓ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଲାଗି ରହିବ ଏବଂ ଅଯଥା ଶତ୍ରୁବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ: ଗେରୁଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଚତୁର୍ଥ ଚନ୍ଦ୍ର, ବୁଧବାର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ଆର୍ଥିକ କର୍ମରେ ନିଜକୁ ସାମିଲ କରିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୦୪, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ତୃତୀୟ ଚନ୍ଦ୍ର, ବୁଧବାର ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ସ୍ୱଜନ, ପରିଜନ, ଭାଇଭଉଣୀଠାରୁ ଆର୍ଥିକ ସହାୟତା ମିଳିବ ଏବଂ ସେମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ମୃଗଶିରା ଓ ପୁନବର୍ସୁ ମିଥୁନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ମେରୁନ୍‌, ସଂଖ୍ୟା : ୮, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ : ଘାତଚନ୍ଦ୍ର, ଘାତବାର, ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ, ଶତ୍ରୁବୃଦ୍ଧି ଘଟିବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ, •ପଗ୍ରସ୍ତ ରହିବ । ଧନକୁ ନେଇ ବିବାଦ, ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ଶ୍ରୀଚନ୍ଦ୍ର, ବୁଧବାର, ଷଷ୍ଠୀ ତିଥି ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କର ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ମନ ପ୍ରଫୁଲ୍ଲ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନାଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ: ଗୋଲାପୀ, ସଂଖ୍ୟା : ୩, ଆରାଧନା : ପ୍ରଭୁ ଗଜାନନ ।

କନ୍ୟା : ଦ୍ୱାଦଶ ଚନ୍ଦ୍ର, ବୁଧବାର ଯୋଗୁ ଅଯଥା ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର କମ୍‌ ରହିବ ଏବଂ ଧନର ସତ୍‌ବିନିଯୋଗ କରିବେ । ମୂଲ୍ୟବାନ ଧାତୁ,ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ଲୋପ୍‌ ପାଇବ ଏବଂ ଦେହ, ମନ ସୁସ୍ଥ ରହିବ । ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଉତ୍ତରା ଫାଲ୍‌ଗୁନୀ ଓ ଚିତ୍ରା କନ୍ୟା, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ :   କଫି,  ସଂଖ୍ୟା : ୮, ଆରାଧନା : ମା” ଛିନ୍ମମସ୍ତା ।

ତୁଳା : ଏକାଦଶ ଚନ୍ଦ୍ର, ବୁଧବାର, ଷଷ୍ଠୀ ତିଥି ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତ ଧନ ଫେରିପାଇବେ । ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତିି ଆସିବ  ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହଯୋଗ ପ୍ରାପ୍ତ ହେବ । ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ମା’ କମଳା ।

ବିଛା : ଦଶମ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଓ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌ କର୍ମରେ ଅଧିକ ଆଗ୍ରହ ରହିବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ମା’ ଚଣ୍ଡୀ ।

ଧନୁ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସଙ୍କଟ ଉପୁଜିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଦେବାଳିଆ ଅବସ୍ଥା ସୃଷ୍ଟି ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ମୂଳା ଧନୁ ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର :  ଘାତଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍‌, ଇଲେକ୍ଟ୍ରିକ୍‌ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର ଓ କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

କୁମ୍ଭ : ସପ୍ତମ ଚନ୍ଦ୍ର, ବୁଧବାର ଓ ଷଷ୍ଠୀ ତିଥି ଯୋଗୁ ଆମୋଦପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ ଏବଂ ବ୍ୟବସାୟ କର୍ମରେ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା : ମା’ ବିମଳା ।

ମୀନ :  ଷଷ୍ଠ ଚନ୍ଦ୍ର, ଷଷ୍ଠୀ ତିଥି ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ପୁରାତନ ରୋଗରୁ ଆରୋଗ୍ୟ ହେବାର ସହଜ ଉପାୟ ମିଳିବ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା  : ମା’ ତାରା ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ  : ୯୪୩୭୧୩୩୪୭୩