ପ୍ରମୂଖ ଖବର
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Published By : Prameya | February 18, 2025 8:44 AM

ପୁରୀ,୧୮/୦୨: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି (ଶ୍ରୀମୁଖସିଂହାର)  ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି । ଏହି ନୀତି ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ । ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ନୀତି ହେବ । 




ସାଧାରଣତଃ  ଅପରାହ୍ଣରୁ  ସନ୍ଧ୍ୟା ସମୟରେ ଏହି ନୀତି ହୋଇଥାଏ ।  ଦତ୍ତମହାପାତ୍ର ସେବକମାନେ ଦାରୁଦିଅଁଙ୍କ ବନକଲାଗି  ସେବା କରିବେ । ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର  ଶ୍ରୀବୃଦ୍ଧି ଘଟିଥାଏ । ବନକଲାଗି ପରେ ମହାସ୍ନାନ ପୂଜା  ବଢ଼ି ପୁନଃ ଦର୍ଶନ ଆରମ୍ଭ ହେବ । ଠାକୁରଙ୍କ ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ,  କେଶର, କର୍ପୂର, କଇଁଥ ଅଠା, କସ୍ତୁରୀ ଓ କଳା ଆଦି ଆବଶ୍ୟକ ହୋଇଥାଏ । ସେହି  ଦିନର ଠାକୁରଙ୍କ ନୀତି ଅନୁସାରେ ବନକଲାଗି ଓ ଦର୍ଶନ କଟକଣା ସମୟ ସ୍ଥିର ହେବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.