ପ୍ରମୂଖ ଖବର
  • ଫୁଲବାଣୀ : ନିଖୋଜ ବ୍ୟବସାୟୀଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • କୋରାପୁଟ ଜିଲ୍ଲାପାଳଙ୍କ ଅଚାନକ କୋଟିଆ ଗସ୍ତ, ଏସ୍ ଏସ୍‌ ଡି ହାଇସ୍କୁଲ ପିଲାଙ୍କ ସହ କରିଲେ ଆଲୋଚନା
  • ||
  • ଗଞ୍ଜାମ : ସ୍କୁଲ ଗେଟ୍‌ରେ ପଡିଲା ତାଲା, ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଧାରଣା
  • ||
  • କଟକ : ଗାଁ ଲୋକଙ୍କୁ ଖଣ୍ଡାରେ ଆକ୍ରମଣ ଉଦ୍ୟମ କଲେ ଯୁବକ, ଅଭିଯୁକ୍ତ ଗିରଫ
  • ||
  • ନୟାଗଡ଼ : ସ୍ତ୍ରୀ ଚରିତ୍ରକୁ ସନ୍ଦେହ କରି ସ୍ୱାମୀ ଫୋପାଡ଼ିଲା ବୋମା, ଜଣେ ଆହତ
  • ||
  • ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅନିଲ-ହଂସିକା, ପୂର୍ବରୁ ଖାରଜ ହୋଇଥିଲା ଆବେଦନ
  • ||
  • ଭୌମ ଏକାଦଶୀ ପାଇଁ ଶ୍ରୀମନ୍ଦିରରେ ରତ୍ନଭଣ୍ଡାର ମରାମତି ବନ୍ଦ,୩ ମାସରେ କାମ ସାରିବ ଏଏସ୍‌ଆଇ
  • ||
  • ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା, ଆଜି ଯାଜପୁରରୁ ସହାୟତା ରାଶି ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • କାହାର ହେବ ଦିଲ୍ଲୀ ? ଆପ୍ ମାରିବ ହ୍ୟାଟ୍ରିକ ନା ବାଜିମାରି ନେବ ବିଜେପି, ଆଜି ରେଜଲ୍ଟ
  • ||

ବୁଧବାର ଶ୍ରୀବିଗ୍ରହଙ୍କ ହେବ ବନକଲାଗି ନୀତି, ଅପରାହ୍ନ ୫ଟାରୁ ୧୦ଟା ସାଧାରଣ ଦର୍ଶନ ବନ୍ଦ

Published By : Prameya | January 14, 2025 2:46 PM

ପୁରୀ, ୧୪/୦୧ : ବୁଧବାର ମାଘ:କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ଅଧିକ ପଢନ୍ତୁ-ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ

ଏହାଦ୍ଵାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀ ବୃଦ୍ଧି ହୁଏ। ଏହି ବିଶେଷ ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ, ଓ କଳା ଇତ୍ୟାଦି ବ୍ୟବହାର କରାଯିବ। ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକମାନେ ଏହି ନୀତି ସମ୍ପାଦନ କରିବେ। ଏହି ନୀତି ସମ୍ପାଦନା ପରେ ଠାକୁରଙ୍କ ମହାସ୍ନାନ ନୀତି ସମ୍ପନ୍ନ ହେବ । ପରେ ଶ୍ରଦ୍ଧାଳୁମାନେ ରତ୍ନସିଂହାସନ ଉପରେ ବିରାଜମାନ ଶ୍ରୀଜିଉଙ୍କୁ ଦର୍ଶନ କରିବାର ସୁଯୋଗ ଲାଭ କରିପାରିବେ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.