ମେଷ : ଷଷ୍ଠ ଚନ୍ଦ୍ର ସକାଳ ୬ଟା ୦୪ ମିନିଟ୍‌ ପରେ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ତତ୍ପରତା ପ୍ରକାଶ ପାଇବ । ପୁରାତନ ରୋଗରୁ ଆରୋଗ୍ୟ ହେବାର ସହଜ ଉପାୟ ମିଳିବ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ଋଣ ମୁକ୍ତ ହେବାର ସୁଯୋଗ ମିଳିବ ଏବଂ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ନିଜକୁ ଧାର୍ମିକ କର୍ମରେ ସାମିଲ୍‌ କରିବେ ଏବଂ ମହତ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଦ୍ୱିଜାମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଘାତଚନ୍ଦ୍ର ସକାଳ ୬ଟା ୦୪ ମିନିଟ୍‌ ପର୍ଯ୍ୟନ୍ତ ଘାତ ନକ୍ଷତ୍ର, ଅପରାହ୍ଣ ୩ଟା ୪୫ ପର୍ଯ୍ୟନ୍ତ ଘାତତିଥି ଯୋଗୁ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଓ ଅପବାଦ, ଅପନିନ୍ଦା ମିଳିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣଶକ୍ତି ଲୋପ ପାଇବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ ଚାଳିଚଳନ, ବ୍ୟବହାର ଓ କର୍ମକୁ ନେଇ ଚିନ୍ତିତ ହେବେ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଓ ପାରିବାରିକ ବିବାଦ ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ :ନୀଳ, ସଂଖ୍ୟା : ୪, ଆରାଧନା: ମା’ କମଳା ।

ମିଥୁନ : ଚତୁର୍ଥ ଚନ୍ଦ୍ର, ଚତୁର୍ଥୀ ତିଥି ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଓ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀ, ପଦସ୍ଥ ଅଧିକାରୀ ଏବଂ ରାଜନୈତିକ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିର ସମ୍ମୁଖୀନ ହୋଇପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ମୃଗଶିରା ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ :କଫି, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।

କର୍କଟ : ତୃତୀୟ ଚନ୍ଦ୍ର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା ଓ କାର୍ଯ୍ୟଦକ୍ଷତାପ୍ରକାଶ ପାଇବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୩, ଆରାଧନା : ଭଗବାନ ଶିବ ।

ସିଂହ : ଦ୍ୱିତୀୟ ଚନ୍ଦ୍ର ଓ ସକାଳ ୬ଟା ୦୪ ମିନିଟ୍‌ ପରେ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ କିମ୍ବା ସେଥିପାଇଁ ନିଜକୁ ପ୍ରସ୍ତୁତ କରିବେ । ଧନର ସତ୍‌ବିନିଯୋଗ କରିବେ ଏବଂଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ । ଆୟର କିଛି ଅଂଶ ସ୍ଥାୟୀ ଜମା ରଖିବେ କିମ୍ବା କୌଣସି ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ ଓ ସମସ୍ତକର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ଯେଉଁମାନଙ୍କର ଉତ୍ତରା ଫାଲ୍‌ଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀ ଜଗନ୍ନାଥ ।

କନ୍ୟା: ଶ୍ରୀ ଚନ୍ଦ୍ର, ବୁଧବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀ ଓ ପରିବାର ସଦସ୍ୟଙ୍କ ସହଯୋଗ ମିଳିବ ଏବଂ ଆମୋଦ ପ୍ରମୋଦ, ମଉଜମଜଲିସ୍‌ରେ ଅଧିକ ଧ୍ୟାନ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ :ସବୁଜ, ସଂଖ୍ୟା : ୧୨, ଆରାଧନା: ମା’ ଛିନ୍ନମସ୍ତା ।

ତୁଳା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା, ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଚିତ୍ରା ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ :ନୀଳ, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।

ବିଛା : ଏକାଦଶ ଚନ୍ଦ୍ର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ଓ ପ୍ରତିପତ୍ତି ବୃଦ୍ଧି ପାଇବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ଧନର ସତ୍‌ ବିନିଯୋଗ କରିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୬, ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ : ଦଶମ ଚନ୍ଦ୍ର ଓ ସକାଳ ୬ଟା ୦୪ ମିନିଟ୍‌ ପରେ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ଆଜି ଯେକୌଣସି କର୍ମ କରିବେ, ସେଥିରେଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ମନରେ ପ୍ରସନ୍ନତା,ଚାଳିଚଳନରେ ସଂଯମତା, ପରିବାରରେ ସୁଖଶାନ୍ତି ଅତୁଟ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା: ୫, ଆରାଧନା : ମା’ ମାତଙ୍ଗୀ ।

ମକର : ନବମ ଚନ୍ଦ୍ର, ବୁଧବାର ଯୋଗୁ ଭାଗ୍ୟ, ଭବିଷ୍ୟ ଓ ଭଗବାନଙ୍କ ଉପରେ ଅଗାଧ ବିଶ୍ୱାସ ରହିବଏବଂ ନିଜକୁ କୌଣସି ଧାର୍ମିକ କର୍ମରେ ସାମିଲ୍‌ କରିବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଓ ଧନ, ସମ୍ପଦ ବୃଦ୍ଧିପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଧନିଷ୍ଠା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

କୁମ୍ଭ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତି ଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଳିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ ଧାବନ କରିବେ ଏବଂ ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ :ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ମୀନ : ସପ୍ତମ ଚନ୍ଦ୍ର ଓ ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ଆମୋଦ ପ୍ରମୋଦ, ମଉଜମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଓ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୭, ଆରାଧନା : ମା’ ଧୂମାବତୀ ।