ପ୍ରମୁଖ ଖବର
  • ଫୁଲବାଣୀ : ବାରହା ଆକ୍ରମଣରେ ମହିଳା ମୃତ
  • ||
  • ମାଲକାନଗିରି ଜିଲ୍ଲାରୁ ନଗଦ ୩୦ ଲକ୍ଷ ଜବତ, ୨ ଗିରଫ
  • ||
  • ଭୁବନେଶ୍ଵର : ମେ ୧ରେ ୪୮ ଡିଗ୍ରୀ ଛୁଇଁବ, ଆହୁରି ୬ ଡିଗ୍ରୀ ବଢ଼ିଯିବ ତାତି
  • ||

ବୁଧବାର ରାଶିଫଳ: କର୍ମରେ ସଫଳତା ମିଳିବା ସହ ପରିବାରରେ ହସଖୁସିର ବାତାବରଣ ରହିବ, ଏହି ରାଶିର ଲୋକଙ୍କ ପାଇଁ ଦିନଟି ଶୁଭ

ଅଦ୍ୟ ତା.୨୨.୦୬.୨୦୨୨ରିଖ, ମିଥୁନ ୮ ଦିନ, ଆଷାଢ଼ ମାସ କୃଷ୍ଣପକ୍ଷ ନବମୀ, ବୁଧବାର । ନବମୀ-ରାତ୍ରି ୮ଟା ୪୬ ମିନିଟ୍‌, ରେବତୀ- ୬୦ ଦଣ୍ଡ, ଅହୋରାତ୍ର । ମୀନ ଚନ୍ଦ୍ର : ୬୦ ଦଣ୍ଡ ଅହୋରାତ୍ର । ସୂର୍ଯ୍ୟୋଦୟ-୫ଟା ୧୦ ମିନିଟ୍‌ ୦୪ ସେକେଣ୍ଡ, ସୂର୍ଯ୍ୟାସ୍ତ-୬ଟା ୨୬ ମିନିଟ୍‌ ୫୩ ସେକେଣ୍ଡ । ଯୋଗିନୀ ପୂର୍ବେ, ରାତ୍ରି ୮ଟା ୪୬ ମିନିଟ୍‌ ଗତେ ଉତ୍ତରେ । ପୁଷ୍କର ଦୋଷ ନାସ୍ତି । ଲାଉ ଖାଇବା ମନା, ଖାଇଲେ ଗୋମାଂସ ସହ ସମାନ ।

ବୁଧବାର ରାଶିଫଳ
ମେଷ: ମନରୁ ଦୁଃଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ଲୋପ ପାଇବ ଏବଂ ଅପବ୍ୟୟ, ଅପବାଦ ଓ ଅପଯଶରୁ ମୁକ୍ତ ହେବେ । ସଠିକ୍‌ ସମୟରେ ସଠିକ୍‌ ନିଷ୍ପତ୍ତି ନେବାରେ ମାହିର ହେବେ ଏବଂ ସମସ୍ତ କର୍ମରେ ସମୟାନୁବର୍ତ୍ତିତା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଅଶ୍ୱିନୀ ଓ ଦ୍ୱିଜା ମେଷ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ-ହଳଦିଆ, ସଂଖ୍ୟା: ୬, ଆରାଧନା: ପ୍ରଭୁ ସ୍କନ୍ଦ ।

ବୃଷ: ଏକାଦଶ ଚନ୍ଦ୍ର, ବୁଧବାର ଓ ବୁଧଙ୍କ ନକ୍ଷତ୍ର ହେତୁ କୌଣସି ବିଶେଷ ସୂତ୍ରରୁ ଆକସ୍ମିକ ଧନପ୍ରାପ୍ତି ହେବ । ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ କିଛିଟା ସୁଧାର ଆସିବ । କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧା, ସୁଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଫି, ସଂଖ୍ୟା: ୪, ଆରାଧନା: ପ୍ରଭୁ ଶ୍ରୀରାମ ।

ମିଥୁନ: କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ଆଜି ଯେ କୌଣସି କର୍ମ ହାତକୁ ନେବେ ସେଥିରେ ଶତ, ପ୍ରତିଶତ ସଫଳତା ପ୍ରାପ୍ତ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ସୁଖ, ଶାନ୍ତି ଓ ସମସ୍ତ କର୍ମରେ ସ୍ୱଚ୍ଛତା ଆପଣାଇବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା: ୧୨, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ:ଘାତବାର ଓ ନବମ ଚନ୍ଦ୍ର ହେତୁ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ନିଜର ପ୍ରିୟବନ୍ଧୁଙ୍କ ସହ ମତାନ୍ତର ହେବ, ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଓ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ଆର୍ôଥକ ସ୍ଥିତି ବିଗିଡିଯିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଲେଷା କର୍କଟ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା: ମା’ ଭୁବନେଶ୍ୱରୀ ।

ସିଂହ: ଅଷ୍ଟମ ଚନ୍ଦ୍ର, ଘାତତିଥି ହେତୁ, ବାଦବିବାଦ, ସ୍ୱାସ୍ଥ୍ୟ ଓ ଆର୍ଥିକ କାରବାର କଲାବେଳେ ସତର୍କ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେବ ତା’ଠାରୁ ଅଧିକ ବଦ୍‌ଖର୍ଚ୍ଚ ହେବ ଏବଂ କର୍ମରେ ବିଫଳତା, ସହକର୍ମୀଙ୍କ ବିରୋଧ ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ସିଂହ ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା: ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଅପରିଚିତ ମହିଳାଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ ଏବଂ ସ୍ତ୍ରୀହେତୁକ ଧନପ୍ରାପ୍ତି ହେବ । କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ ଏବଂ ପୁତ୍ର, କନ୍ୟାଙ୍କର ମାଙ୍ଗଳିକ କର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦମର୍ଯ୍ୟାଦା ଅତୁଟ ରହିବ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ମେରୁନ୍‌ ସଂଖ୍ୟା: ୮, ଆରାଧନା: ମା’ ଷୋଡ଼ଶୀ ।

ତୁଳା: ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ । ଶତ୍ରୁମାନେ ମିତ୍ରତାର ହାତ ବଢାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ସମ୍ମାନ ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ମା’ ସମଲେଶ୍ୱରୀ ।

ବିଛା: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ହେତୁ ମାନସିକ ଦୁଃଶ୍ଚିନ୍ତା, ମାନ ସମ୍ମାନ ହାନି ଏବଂ ଇତର ଜନଠାରୁ ଅପମାନ ପାଇବେ । ମନରେ ଅସ୍ଥିରତା ଓ ବ୍ୟଗ୍ରତା ବଢିଚାଲିବ ଏବଂ ସନ୍ତାନମାନଙ୍କ କର୍ମକୁ ନେଇ ଚାପଗ୍ରସ୍ତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବାଧାବିଘ୍ନ ଦେଖାଦେବ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା କିମ୍ବା ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା ସେମାନେ ସତର୍କ ହେବେ । ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୩, ଆରାଧନା: ମା’ ବଗଳାମୁଖୀ ।

ଧନୁ: ଘାତଚନ୍ଦ୍ର ହେତୁ ସ୍ୱଜନ, ପ୍ରିୟଜନ, ବନ୍ଧୁ ଓ ପଡୋଶୀଙ୍କ ସହ ବିବାଦ, ପରିବାରରେ ମନୋମାଳିନ୍ୟ, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ôଥକ ଠକାମିରେ ପଡିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡିଯିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଦେଖାଦେବ । ଯେଉଁମାନଙ୍କର ଉତ୍ତରାଷାଢା ଧନୁ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୨, ଆରାଧନା: ମା’ ତାରା ।

ମକର: ମନରେ ଉତ୍ସାହ ଉଦ୍ଦୀପନା, ପରିବାରରେ ସୁଖ ଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାବଣା ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ ଶ୍ରଦ୍ଧା ଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢାଇବା ପାଇଁ ଉଦ୍ୟମ କରିବେ । କର୍ମରେ ସଫଳତା ଓ ପଦମର୍ଯ୍ୟାଦା ଅତୁଟ ରହିବ । ଯେଉଁମାନଙ୍କର ଶ୍ରବଣା ମକର ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୬, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

କୁମ୍ଭ: କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ହେତୁ ବିବାଦ, ସ୍ୱାସ୍ଥ୍ୟ ଓ ଆର୍ଥିକ କାରବାର କଲାବେଳେ ସତର୍କ ହେବେ । ଧନକୁ ନେଇ ବିବାଦ ଦେଖାଦେବ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ମନ ଅସ୍ଥିର ରହିବ । କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ସହ ବିବାଦ ଦେଖାଦେବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଇନ୍ଦ୍ରନୀଳ, ସଂଖ୍ୟା: ୧୧, ଆରାଧନା: ମା’ ଚଣ୍ଡୀ ।

ମୀନ: ଆମୋଦ, ପ୍ରମୋଦ ଓ ମଉଜ ମଜଲିସର ଅଧିକ ଧ୍ୟାନ ଦେବେ । ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ ଏବଂ ସୁଖାଦ୍ୟ ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମତୃପ୍ତି ଓ ଆତ୍ମସନ୍ତୋଷ ମିଳିବ । ସ୍ୱଳ୍ପ ପରିଶ୍ରମରେ କର୍ମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରାଭାଦ୍ର ମୀନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୫, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.