ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ସୋଆରେ ସପ୍ତାହ ବ୍ୟାପୀ ଜାତୀୟ ଏକତା ଶିବିର ଆୟୋଜିତ

Published By : Gurupada Nath | March 4, 2025 11:03 PM

ଭୁବନେଶ୍ୱର, ୪/୩ :   ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ) ଠାରେ ଫେବୃଆରୀ ୨୧ ରୁ ଏକ ସପ୍ତାହ ବ୍ୟାପୀ ଜାତୀୟ ଏକତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଓଡ଼ିଶା ସମେତ ୧୧ଟି ରାଜ୍ୟର ୨୦୦ରୁ ଊର୍ଦ୍ଧ୍ବ ଏନ୍‌ଏସ୍‌ଏସ୍‌ ସ୍ୱେଚ୍ଛାସେବୀମାନେ ଯୋଗ ଦେଇଥିଲେ । 

ସୋଆ ଏବଂ ଭୁବନେଶ୍ୱର ସ୍ଥିତ ଏନ୍‌ଏସ୍‌ଏସ୍‌ ରିଜିଓନାଲ୍‌ ଡାଇରେକ୍ଟୋରେଟର ସହଯୋଗିତାରେ ଏହି ଶିବିର ଆୟୋଜିତ ହୋଇଥିଲା । ଏହି ଶିବିରରେ ଓଡ଼ିଶାର ୧୫ଟି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସମେତ ଆନ୍ଧ୍ରପ୍ରଦେଶ, ଆସାମ, ଛତିଶଗଡ଼, ଗୁଜରାଟ, ଝାଡଖଣ୍ଡ, ମହାରାଷ୍ଟ୍ର, କର୍ଣ୍ଣାଟକ, ତାମିଲନାଡ଼ୁ, ପଶ୍ଚିମବଂଗ ଓ ଉତରପ୍ରଦେଶର ସ୍ୱେଚ୍ଛାସେବୀମାନେ ଅଂଶ ଗ୍ରହଣ କରିଥିଲେ । 

ଫେବୃଆରୀ ୨୭ ତାରିଖରେ ଅନୁଷ୍ଠିତ ସମାବର୍ତନ ଉତ୍ସବରେ ସୋଆ ଉପଦେଷ୍ଟା ମଣ୍ଡଳୀର ଅଧ୍ୟକ୍ଷ ପ୍ରଫେସର ଦାମୋଦର ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସ୍ୱେଚ୍ଛାସେବୀମାନଙ୍କୁ ଜାତୀୟ ଏକତାକୁ ସୁଦୃଢ଼ କରିବା ନିମନ୍ତେ ଆହ୍ୱାନ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଏନ୍‌ଏସ୍‌ଏସ୍‌ର ଆଂଚଳିକ ନିର୍ଦ୍ଦେଶିକା ସୁଶ୍ରୀ ସରିତା ପଟେଲ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସୋଆର ଛାତ୍ରମଙ୍ଗଳ ଡିନ୍‌ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଓ ଏନଏସ୍‌ଏସ୍‌ ବ୍ୟୁରୋ ପ୍ରୋଗ୍ରାମ କୋର୍ଡିନେଟର ତଥା ଇନ୍‌ଟରନ୍ୟାସ୍‌ନାଲ ରିଲେସନ୍ସ ନିର୍ଦ୍ଦେଶକ ପ୍ରଫେସର ନଚିକେତା କେ. ଶର୍ମା ଉପସ୍ଥିତ ଥାଇ ବକ୍ତବ୍ୟ ପ୍ରଦାନ ରଖିଥିଲେ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.