ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ଟ୍ରେନିଂ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା: ଆସିଲା ବ୍ୟବଚ୍ଛେଦ ରିପୋର୍ଟ, ଗୁପ୍ତାଙ୍ଗ ସହ ପୀଡିତାଙ୍କ ଶରୀରର ୧୪ଟି ସ୍ଥାନରେ କ୍ଷତ

ନୂଆଦିଲ୍ଲୀ,୧୯।୮: କୋଲକାତା ଆରଜି କର ମେଡିକାଲ କଲେଜରେ ଦୁଷ୍କର୍ମ ମାମଲାର ତଦନ୍ତ ଜାରି ରହିଛି। ଏହା ମଧ୍ୟରେ ଅଟୋପ୍ସି (ବ୍ୟବଚ୍ଛେଦ) ରିପୋର୍ଟରୁ ବହୁ ଚାଞ୍ଚଲ୍ୟକର କଥା ଖୁଲାସା ହୋଇଛି। ଏଥିରେ କୁହାଯାଇଛି ଯେ, ଟ୍ରେନି ଡାକ୍ତରଙ୍କ ଗୁପ୍ତାଙ୍ଗ ସହ ଶରୀରର ବହୁ ସ୍ଥାନରୁ ଗଭୀର କ୍ଷତ ଚିହ୍ନ ଦେଖିବାକୁ ମିଳିଛି।। ଘଟଣାକୁ ନେଇ ସାରା ଦେଶରେ ଡାକ୍ତରଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। 

ଇଣ୍ଡିଆ  ଟୁଡେ ରିପୋର୍ଟ ଅନୁସାରେ, ପଅଟୋପ୍ସି ରିପୋର୍ଟରେ ଯୌନ ହିଂସା ଭଳି ବହୁ ପ୍ରମାଣ ମିଳିଛି। ଏହା ଅନୁସାରେ, ପୀଡିତାଙ୍କ ମୁଣ୍ଡ, ମୁହଁ, ବେକ, ହାତ ଓ ଗୁପ୍ତାଙ୍ଗ ଭଳି ୧୪ଟି ସ୍ଥାନରେ ଆଘାତ ଦେଖିବାକୁ ମିଳିଛି। ଏହା ସହ ତାଙ୍କୁ ତଣ୍ଟି ଚିପି ହତ୍ୟା କରାଯାଇଥିବା କଥା ରିପୋର୍ଟରେ ସ୍ପଷ୍ଟ ଭାବରେ ଉଲ୍ଲେଖ ରହିଛି। କେବଳ ସେତିକି ନୁହେଁ ପୀଡିତାଙ୍କ ହତ୍ୟା ପୂର୍ବରୁ ଯୌନ ଉତ୍ପୀଡନ କରାଯାଇଥିବା କଥା ମଧ୍ୟ ରିପୋର୍ଟରେ ଖୁଲାସା ହୋଇଛି।

ଏହି ରିପୋର୍ଟରେ ଫୁସଫୁସରେ ରକ୍ତସ୍ରାବ ଏବଂ ଶରୀରରେ ରକ୍ତ ଜମାଟ ବାନ୍ଧିବା ବିଷୟରେ ମଧ୍ୟ ଉଲ୍ଲେଖ କରାଯାଇଛି। ଅଧିକ ତଦନ୍ତ ପାଇଁ ରକ୍ତ ଏବଂ ଅନ୍ୟାନ୍ୟ ଶାରୀରିକ ତରଳ ପଦାର୍ଥର ନମୁନା ପଠାଯାଇଛି। ରିପୋର୍ଟରେ କୁହାଯାଇଛି ଯେ ପୀଡିତାଙ୍କ ଶରୀର ଏବଂ ପ୍ରାଇଭେଟ୍‌ ପାର୍ଟରେ ଥିବା ସମସ୍ତ ଆଘାତ ତାଙ୍କ ମୃତ୍ୟୁ ପୂର୍ବର।ଅଟୋସ୍ପି ରିପୋର୍ଟକୁ ଭିତ୍ତି କରି ମେଡିକାଲ ଅଧିକାରୀ କହିଛନ୍ତି ଯେ ଦୁଇ ହାତରେ ତଣ୍ଟି ଚିପିବା ଯୋଗୁ ପୀଡିତାଙ୍କ ମୃତ୍ୟୁ ହୋଇଛି।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.