ପ୍ରମୂଖ ଖବର
  • ଯାତ୍ରା କଳିରେ ପଡିଲା ଯବନିକା, ୫ ବର୍ଷ ରହିବି ବର୍ଷେ ପରେ ମଞ୍ଚରେ ଚଢିବି କହିଲେ ପୀୟୂଷ
  • ||
  • ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା; ୬ ଥର ଘୁଞ୍ଚିଲା ପରେ ଆସନ୍ତାକାଲି ଲଞ୍ଚ ହେବ ଆକ୍ସିଓମ୍‌-୪ ମିଶନ୍
  • ||
  • ଗଞ୍ଜାମ: ୨ ଦଳିତଙ୍କୁ ଲଣ୍ଡା କରି ଆଣ୍ଠେଇ ଚଲାଇବା ମାମଲା, ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟି
  • ||
  • ବୁଧବାର BMC କର୍ପୋରେସନ ବୈଠକ: ଏକାଧିକ ପ୍ରସ୍ତାବରେ ବାଜିବ ମୋହର, ଉଠିବ ଜଳବନ୍ଦୀ ଓ ଡେଙ୍ଗୁ ପ୍ରସଙ୍ଗ
  • ||
  • ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
  • ||
  • ମହାପ୍ରଭୁଙ୍କୁ ଲାଗି ହେବା ପୂର୍ବରୁ ଦଶମୂଳ ମୋଦକ ଚୋରି, ମାରା ମହୌଷଧି ଶ୍ରୀଜିଉଙ୍କୁ ଲାଗି ହେଲା କିପରି ?
  • ||
  • ଗୋପାଳପୁର ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • କେନ୍ଦୁଝର: ଟ୍ରକ୍ ପଛରେ ପିଟିହେଲା କନ୍ୟାଯାତ୍ରୀ ବସ୍, ଜଣେ ମୃତ ୧୩ ଗୁରୁତର
  • ||
  • ଇରାନ୍-ଇସ୍ରାଏଲ୍ ଯୁଦ୍ଧ ନେଇ ଟ୍ରମ୍ପ୍‌ଙ୍କ ବଡ଼ ଘୋଷଣା, ୧୨ ଦିନ ପରେ ସମ୍ପୂର୍ଣ୍ଣ ଅସ୍ତ୍ରବିରତି ଘୋଷଣା
  • ||
  • ଘୂର୍ଣ୍ଣିବଳୟ ପ୍ରଭାବରେ ଲଗାଣ ବର୍ଷା: ସପ୍ତାହେ ଯାଏ ପ୍ରବଳ ଛେଚିବ,୨୫ରେ ୩ଟି,୨୬ରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

୫୦୦ ବର୍ଷ ପରେ ଗ୍ରହଙ୍କ ମହାସଂଯୋଗ: ବଦଳିବ ଏହି ୩ ରାଶିଙ୍କ ଭାଗ୍ୟ

Published By : Harapriya Sethi | May 29, 2025 7:14 AM

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ହେବା ଏକ ନିୟମିତ ପ୍ରକ୍ରିୟା । ଗ୍ରହ ସମୟାନୁସାରେ ସିଧା ଓ ଓଲଟା ଚଳନ କରିଥାନ୍ତି । ଉଦୟ ଓ ଅସ୍ତ ମଧ୍ୟ ହୁଅନ୍ତି । ଏହି ଚଳନ ଫଳରେ ସମସ୍ତ ରାଶିରେ ଭିନ୍ନ ଭିନ୍ନ ପ୍ରଭାବ ପକାଇଥାଏ । ଏବେ ଦୀର୍ଘ ୫୦୦ ବର୍ଷ ପରେ ଏଭଳି ଏକ ମହାସଂଯୋଗ ହେବାକୁ ଯାଉଛି, ଯାହା ଭାଗ୍ୟରେ ଶୁଭ ପରିବର୍ତ୍ତନ କରିବ । ଜୁଲାଇ ମାସରେ ଗୁରୁ ଗ୍ରହ ଉଦୟ ହେବେ । ଶନି ଜୁଲାଇ ୧୩ ତାରିଖରେ ମୀନ ରାଶିରେ ଓଲଟା ଚଳନ କରିବେ । ତେବେ ସମସ୍ତ ରାଶି ଉପରେ ଏହାର ପ୍ରଭାବ ପଡିଲେ ମଧ୍ୟ ଏହି ୩ ରାଶିଙ୍କ ଭାଗ୍ୟ ବଦଳିଯିବ ।

ବୃଷ- ଅନେକ ପରୀକ୍ଷାରେ ସଫଳତା ମିଳିବ । ଟଙ୍କା ନିବେଶ ପାଇଁ ଶୁଭ ସମୟ ରହିଛି । ଦରମା ବୃଦ୍ଧି ହେବ । ଆୟର ନୂଆ ନୂଆ ସ୍ରୋତ ସାମ୍ନାକୁ ଆସିବ । ଚାକିରିରେ ପଦନ୍ନୋତିର ଯୋଗ ରହିଛି । ଆର୍ଥିକ ସ୍ଥିତି ମଜଭୁତ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ମିଥୁନ- ଆତ୍ମବିଶ୍ୱାସ ବୃଦ୍ଧି ହେବ । ଚାକିରିରେ ଶୁଭ ଖବର ମିଳିବ । ନୂଆ ଚାକିରି ଇଚ୍ଛା ଥିଲେ, ତାହା ପୂରଣ ହେବ । ନୂଆ କାମ ଆରମ୍ଭ କରିବାର ଯୋଗ ରହିଛି । ପରିବାର ସଦସ୍ୟଙ୍କ ସହ ଯାତ୍ରାର ଯୋଗ ରହିଛି । ଘରେ ମାଙ୍ଗଳିକ କାର୍ଯ୍ୟର ଯୋଗ ରହିଛି ।

ଧନୁ- ଏହି ରାଶିଙ୍କୁ ଭାଗ୍ୟର ସମ୍ପୂର୍ଣ୍ଣ ସାଥ୍‌ ମିଳିବ । ଭୂମି, ଯାନ, ଘର କିଣିବାରେ ସଫଳତା ମିଳିବ । ବ୍ୟବସାୟରେ ଲାଭ ମିଳିବା ସହ ଏହା ବଢି ଚାଲିବ । ଧନ-ସମ୍ପତ୍ତି ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀଙ୍କ ବିବାହ ହେବ । ପୁରୁଣା ନିବେଶରୁ ଲାଭବାନ୍‌ ହେବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.